ନିର୍ଦ୍ଦେଶ ପରେ ଉପବାଚସ୍ପତି ପଦରୁ ବୁଧବାର ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ରଜନୀକାନ୍ତ ସିଂ ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେବେ। ସେ ବୁଧବାର ବାଚସ୍ପତିଙ୍କୁ ଭେଟି ବିଧିବଦ୍ଧ ଭାବେ ନିଜର ଇସ୍ତଫାପତ୍ର ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିଜ ନିର୍ବାଚନମଣ୍ଡଳୀରେ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ସେ ଇସ୍ତଫା ଦେଉଥିବା କୁହାଯାଉଛି।

ଏ ସମ୍ପର୍କରେ ରଜନୀକାନ୍ତ କହିଛନ୍ତି, ସେ ଆସନ୍ତାକାଲି ଭୁବନେଶ୍ୱର ଯିବେ । ଯାହା କିଛି ସେଦିନ କହିବେ । ତେବେ ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଭୁବନେଶ୍ୱରରେ ବାଚସ୍ପତିଙ୍କୁ ସାକ୍ଷାତ କରି ସେ ବିଧିବଦ୍ଧ ଭାବେ ତାଙ୍କର ଇସ୍ତଫାପତ୍ର ଦେବେ।

ରଜନୀକାନ୍ତ ପଦରୁ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ ଅନ୍ୟ କୌଣସି ନେତାଙ୍କୁ ଉପବାଚସ୍ପତି କରାଯିବ କି ନାହିଁ ତାହା ଅସ୍ପଷ୍ଟ ରହିଛି। ତେବେ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସାଧାରଣ ନିର୍ବାଚନକୁ ଆଉ ମାତ୍ର ୪ ମାସ ଥିବାରୁ ଉପବାଚସ୍ପତି ପଦବୀରେ ଅନ୍ୟ କୌଣସି ନେତାଙ୍କୁ ବସାଇବାକୁ ବିଜେଡି ଚାହୁଁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri