Posted inଜାତୀୟ

ରାଜନୈତିକ ଦଳ ଗଠନ କରିବେ ନାହିଁ ରଜନୀକାନ୍ତ

ଚେନ୍ନାଇ,୨୯।୧୨: କୌଣସି ରାଜନୈତିକ ଦଳ ଗଠନ ନ କରିବାକୁ ସୁପରଷ୍ଟାର ରଜନୀକାନ୍ତ ମଙ୍ଗଳବାର ଘୋଷଣା କରିଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ସେ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତାମିଲନାଡୁରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରଜନୀକାନ୍ତ ରାଜନୈତିକ ଦଳ ଗଠନ କରିବା ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ଏନେଇ ସେ ଡିସେମ୍ବର ୩୧ରେ ଘୋଷଣା କରିବା ନେଇ ଚର୍ଚ୍ଚା ମଧ୍ୟ ହେଉଥିଲା। ରାଜନୈତିକ ଦଳ ଗଠନ ପରେ ରଜନୀକାନ୍ତଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯିବ ବୋଲି କୁହାଯାଉଥିଲା। ତେବେ ହାଇଦ୍ରାବାଦ୍‌ରେ ଏକ ଫିଲ୍ମର ଶୁଟିଂ ସମୟରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟ ଖରାପ ହେବା ଭଗବାନଙ୍କ ଚେତାବନୀ। ତେବେ ରାଜ୍ୟର ସାଧାରଣ ଜନତାଙ୍କ ପାଇଁ ସେ କାମ ଜାରି ରଖିବେ ବୋଲି ରଜନୀକାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?