Posted inଜାତୀୟ

ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାର ଅଭିଯୁକ୍ତଙ୍କ ମୁକ୍ତିକୁ କଂଗ୍ରେସ କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୧୯ ।୫: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ପେରାରିଭଲନ୍ ମୁକୁଳିଛନ୍ତି । ସୁପ୍ରିମକୋର୍ଟଙ୍କ ଏହି ରାୟକୁ କଂଗ୍ରେସ ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଛି । ଆଉ ଏଥିପାଇଁ କଂଗ୍ରେସ ମୋଦି ସରକାରଙ୍କୁ ଦାୟୀ କରିଛି । କଂଗ୍ରେସ ମହାସଚିବ ରଣଦୀପ ସୁରଜେୱାଲା କହିଛନ୍ତି ସୁପ୍ରିମକୋର୍ଟଙ୍କ ରାୟ ଦୁର୍ଭାଗ୍ୟପୂର୍ଣ୍ଣ । ଏହାଦ୍ୱାରା କୋଟି କୋଟି ଭାରତୀୟଙ୍କ ଆତ୍ମାକୁ ବାଧିଛି । କାରଣ ସୁପ୍ରିମକୋର୍ଟ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜଣେ ହତ୍ୟାକାରୀକୁ ମୁକୁଳାଇ ଦେଇଛନ୍ତି ।
ମୋଦି ସରକାର ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି ସୁରଜେୱାଲା କହିଛନ୍ତି ଏଥିପାଇଁ ସିଧାସଳଖ ମୋଦି ସରକାର ଦାୟୀ । ସୁରଜେୱାଲା କହିଛନ୍ତି ୨୦୧୮ ସେପ୍ଟେମ୍ବର ୯ରେ ତାମିଲନାଡୁର ତତ୍‌କାଳୀନ ଏଆଇଏଡିଏମକେ-ଭାଜପା ସରକାର ରାଜୀବ ଗାନ୍ଧୀଙ୍କ ୭ ଜଣ ହତ୍ୟାକାରୀଙ୍କୁ ମୁକ୍ତ କରିବାକୁ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କୁ ସୁପାରିଶ କରିଥିଲେ । ରାଜ୍ୟପାଳ ଏହା ଉପରେ କୌଣସି ନିଷ୍ପତ୍ତି ନ ନେଇ ଏହାକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇ ଦେଇଥିଲେ । ରାଷ୍ଟ୍ରପତି ବି ଏହା ଉପରେ କୌଣସି ନିଷ୍ପତ୍ତି ନେଇ ନାହାନ୍ତି । ନିଷ୍ପତ୍ତି ନେବାରେ ବିଳମ୍ବ ହେବାରୁ ସୁପ୍ରିମକୋର୍ଟ ଜଣେ ହତ୍ୟାକାରୀଙ୍କୁ ମୁକ୍ତ କରିଦେଇଛନ୍ତି । ସ୍ୱାଭାବିକ ଭାବେ ବାକି ହତ୍ୟାକାରୀଙ୍କୁ ବି ମୁକ୍ତ କରି ଦିଆଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?