Posted inଜାତୀୟ

ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ: କଂଗ୍ରେସର ପ୍ରଶ୍ନ କ’ଣ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ପୁନର୍ବିଚାର ପାଇଁ ଆବେଦନ କରିବେ

ନୂଆଦିଲ୍ଲୀ,୧୨ ।୧୧: କଂଗ୍ରେସର ସାଧାରଣ ସମ୍ପାଦକ ତଥା କର୍ନାଟକ ପ୍ରଭାରୀ ରଣଦୀପ ସୁରଜେୱାଲା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀଙ୍କୁ ମୁକ୍ତ କରିବାକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ବିଧାନର ମୂଳ ନୀତିର ଅଣଦେଖା ବୋଲି କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଚାରୋଟି ପ୍ରଶ୍ନ ପଚାରି କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଏହି ନିଷ୍ପତ୍ତି ଉପରେ ସମିକ୍ଷା କରିବେ କି ନାହିଁ ବୋଲି ପ୍ରଶ୍ନ କରିଛନ୍ତି । ରାଜୀବ ଗାନ୍ଧୀଙ୍କୁ ହତ୍ୟା କରିଥିବା ଉଗ୍ରବାଦୀଙ୍କୁ ଜେଲରୁ ମୁକ୍ତ କରିବାର ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି ।
ସୁରଜେୱାଲା ଆହୁରି କହିଛନ୍ତି, ଉଗ୍ରବାଦ ବିରୋଧରେ ଲଢେଇ କରିବା ପାଇଁ ଆଜି ପ୍ରତ୍ୟେକ ଦେଶବାସୀଙ୍କ ମୂଳ ଭାବନା ହାରି ଯାଇଛି । ଏହାସହ ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀଙ୍କ ହତ୍ୟାର କ୍ଷତ ପୁଣିଥରେ ସତେଜ ହୋଇଯାଇଛି । ସେ ପ୍ରଶ୍ନ କରିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ହତ୍ୟା କରିଥିବା ଉଗ୍ରବାଦୀଙ୍କ ମୁକ୍ତିକୁ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ସରକାର ସମର୍ଥନ କରୁଛନ୍ତି କି? କାହିଁକି ମୋଦି ସରକାର ସୁପ୍ରିମକୋର୍ଟରେ ଦୃଢ ଭାବେ ତାଙ୍କର ପକ୍ଷ ରଖୁ ନାହାନ୍ତି । ଉଗ୍ରବାଦ ଉପରେ ମୋଦି ସରକାରଙ୍କ ଏହା ଦୋହରା ମନୋଭାବ ନୁହେଁ କି? ଏହି ନିଷ୍ପତ୍ତି ଉପରେ ଭାଜପା ସରକାର ପୁନର୍ବିଚାର ଆବେଦନ କରିବେ କି ବୋଲି ସୁରଜେୱାଲା ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri