Posted inଜାତୀୟ

ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ: କଂଗ୍ରେସର ପ୍ରଶ୍ନ କ’ଣ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ପୁନର୍ବିଚାର ପାଇଁ ଆବେଦନ କରିବେ

ନୂଆଦିଲ୍ଲୀ,୧୨ ।୧୧: କଂଗ୍ରେସର ସାଧାରଣ ସମ୍ପାଦକ ତଥା କର୍ନାଟକ ପ୍ରଭାରୀ ରଣଦୀପ ସୁରଜେୱାଲା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀଙ୍କୁ ମୁକ୍ତ କରିବାକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ବିଧାନର ମୂଳ ନୀତିର ଅଣଦେଖା ବୋଲି କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଚାରୋଟି ପ୍ରଶ୍ନ ପଚାରି କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଏହି ନିଷ୍ପତ୍ତି ଉପରେ ସମିକ୍ଷା କରିବେ କି ନାହିଁ ବୋଲି ପ୍ରଶ୍ନ କରିଛନ୍ତି । ରାଜୀବ ଗାନ୍ଧୀଙ୍କୁ ହତ୍ୟା କରିଥିବା ଉଗ୍ରବାଦୀଙ୍କୁ ଜେଲରୁ ମୁକ୍ତ କରିବାର ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି ।
ସୁରଜେୱାଲା ଆହୁରି କହିଛନ୍ତି, ଉଗ୍ରବାଦ ବିରୋଧରେ ଲଢେଇ କରିବା ପାଇଁ ଆଜି ପ୍ରତ୍ୟେକ ଦେଶବାସୀଙ୍କ ମୂଳ ଭାବନା ହାରି ଯାଇଛି । ଏହାସହ ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀଙ୍କ ହତ୍ୟାର କ୍ଷତ ପୁଣିଥରେ ସତେଜ ହୋଇଯାଇଛି । ସେ ପ୍ରଶ୍ନ କରିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ହତ୍ୟା କରିଥିବା ଉଗ୍ରବାଦୀଙ୍କ ମୁକ୍ତିକୁ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ସରକାର ସମର୍ଥନ କରୁଛନ୍ତି କି? କାହିଁକି ମୋଦି ସରକାର ସୁପ୍ରିମକୋର୍ଟରେ ଦୃଢ ଭାବେ ତାଙ୍କର ପକ୍ଷ ରଖୁ ନାହାନ୍ତି । ଉଗ୍ରବାଦ ଉପରେ ମୋଦି ସରକାରଙ୍କ ଏହା ଦୋହରା ମନୋଭାବ ନୁହେଁ କି? ଏହି ନିଷ୍ପତ୍ତି ଉପରେ ଭାଜପା ସରକାର ପୁନର୍ବିଚାର ଆବେଦନ କରିବେ କି ବୋଲି ସୁରଜେୱାଲା ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri