Posted inଜାତୀୟ

ରାଜୀବ ଗାନ୍ଧୀ ଫାଉଣ୍ଡେସନ ଚାଇନାଠାରୁ ନେଇଥିଲା ଟଙ୍କା: ଅମିତ ଶାହା

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତ-ଚାଇନା ସୈନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ପାର୍ଲାମେଣ୍ଟରେ ବିରୋଧୀମାନେ ସରକାରଙ୍କୁ ଘେରି ରହିଛନ୍ତି। ଏହି ପ୍ରସଙ୍ଗରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ମଙ୍ଗଳବାର ଗୃହରେ ଅମିତ ଶାହା ରାଜୀବ ଗାନ୍ଧୀ ଫାଉଣ୍ଡେସନର ବୈଦେଶିକ ଯୋଗଦାନ ନିୟମାବଳୀ (ଏଫସିଆରଏ) ଲାଇସେନ୍ସ ବାତିଲକୁ ନେଇ କହିଛନ୍ତି, କଂଗ୍ରେସ ବ୍ୟକ୍ତିଗତ ସମ୍ପର୍କ ଗଢିବା ପାଇଁ ସୁରକ୍ଷା ପରିଷଦର ସଦସ୍ୟତା ଉପହାର ଦେଇଛି। ରାଜୀବ ଗାନ୍ଧୀ ଫାଉଣ୍ଡେସନ ୨୦୦୫-୦୮ ମଧ୍ୟରେ ଚାଇନା ଦୂତାବାସଠାରୁ ୧.୩୫ କୋଟି ଟଙ୍କା ଅନୁଦାନ ପାଇଥିଲା। କଂଗ୍ରେସ ଶାସନ ସମୟରେ ୧୮ କିଲୋମିଟର ଜମି ଜବରଦଖଲ କରାଯାଇଥିଲା, କିନ୍ତୁ ଭାଜପା ଶାସନ ଅଧୀନରେ ଏହା ହୋଇପାରିବ ନାହିଁ। ଭାରତର ଇଞ୍ଚ ଜମି କେହି ଦଖଲ କରିପାରିବେ ନାହିଁ। ଆମ ସୈନ୍ୟଙ୍କ ଦ୍ୱାରା ଡିସେମ୍ବର ୮ ରାତିରେ ଏବଂ ୯ ସକାଳରେ ଦେଖାଯାଇଥିବା ସାହସିକତାକୁ ନିହାତି ପ୍ରଶଂସନୀୟ। ସେନା ସମସ୍ତ ଅନୁପ୍ରବେଶକାରୀଙ୍କୁ ଘଉଡାଇ ଆମ ଦେଶକୁ ସୁରକ୍ଷା ଦେଇଥିଲା।
ସୂଚନାଯୋଗ୍ୟ, ଅରୁଣାଚଳ ପ୍ରଦେଶର ତୱାଙ୍ଗ ଠାରେ ଭାରତ ଏବଂ ଚାଇନା ମଧ୍ୟରେ ପୁଣି ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୬ ଜଣ ଭାରତୀୟ ସେନା ଆହତ ହୋଇଥିବା ବେଳେ ଚାଇନାର ୧୨ରୁ ଅଧିକ ସେନା ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri