Posted inଜାତୀୟ

ଖେଳରତ୍ନ ପୁରସ୍କାରର ନାମ ପରିବର୍ତ୍ତନକୁ ସ୍ୱାଗତ, ବଦଳୁ ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମ: କଂଗ୍ରେସ

ନୂଆଦିଲ୍ଲୀ,୬ ।୮: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ହକି ଦଳ ପଦକ ଜିତିବା ପରେ ଦେଶରେ ଏକ ପ୍ରକାର ଉଲ୍ଲାସର ବାତାବରଣ ସୃଷ୍ଟି ହୋଇଛି । ଏହାରି ଭିତରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର’ର ନାମ ପରିବର୍ତ୍ତନ କରି ‘ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର’ କରି ଦେଇଛନ୍ତି । ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । କଂଗ୍ରେସ ପ୍ରବକ୍ତା ରଣଦୀପ ସୁରଜେୱାଲା କହିଛନ୍ତି, ଖେଳ ରତ୍ନ ପୁରସ୍କାରର ନାମ ପରିବର୍ତ୍ତନକୁ ଆମେ ସ୍ୱାଗତ କରୁଛୁ । ଏହା ଯେମିତି ସମ୍ଭବ ହେଲା ସେହିପରି ନରେନ୍ଦ୍ର ମୋଦି ଓ ଅରୁଣ ଜେଟଲି ଷ୍ଟାଡିୟମର ନାମ ପରିବର୍ତ୍ତନ କରାଯାଉ । ଏହା କୌଣସି ଖେଳାଳିଙ୍କ ନାମରେ ନାମିତ କରାଯାଉ । ଯଦି ଏମିତି କାମ ଆରମ୍ଭ କରାଯାଇଛି ତେବେ ଭଲଭାବେ କରାଯାଉ ବୋଲି ସେ କହିଛନ୍ତି । ସୁରଜେୱାଲା କହିଛନ୍ତି, ରାଜୀବ ଗାନ୍ଧୀ ଏହି ଦେଶର ନାୟକ ଥିଲେ । ସେ କୌଣସି ପୁରସ୍କାର ସହ ନ ଥିଲେ । ତାଙ୍କ ନିଜସ୍ୱ ପରିଚୟ ହିଁ ତାଙ୍କ ପାଇଁ ବହୁତ ଥିଲା । ଆଧୁନିକ ଭାରତର ନିର୍ମାଣ ପାଇଁ ସେ ବେଶ୍ ଜଣାଶୁଣା । ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ପ୍ରତି ଏହା ଏକ ସମ୍ମାନ ହୋଇଥିବାରୁ ଆମେ ଏହାକୁ ସ୍ୱାଗତ କରୁଛୁ । କିନ୍ତୁ ଏହାଯଦି ମୋଦିଙ୍କ ହୀନ ରାଜନୀତି ମଧ୍ୟକୁ ଚାଲିଯାଇ ନ ଥାଆନ୍ତା ତେବେ ଆମେ ଷ୍ଟାଡିୟମର ନାମ ପରିବର୍ତ୍ତନ କଥା ଉଠାଇ ନ ଥାଆନ୍ତୁ । ଏବେ ସମୟ ଆସିଛି ମୋଦି ଓ ଜେଟଲିଙ୍କ ଷ୍ଟାଡିୟମର ନାମ ପରିବର୍ତ୍ତନ କରି ଖେଳାଳିଙ୍କ ନାମରେ ରଖାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri