‘ବେକାରୀ ଦୂରୀକରଣ ପାଇଁ କର୍ମ ନିୟୋଜନ ଉପରେ ଜୋର୍‌ ଦେଇଥିଲେ ରାଜୀବ ଗାନ୍ଧୀ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।
ଦେଶର ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଯୁବକମାନଙ୍କ ଉନ୍ନତି ଲାଗି ଅନେକ ପଦକ୍ଷେପ ନେଇଥିଲେ। ବେକାରୀ ଦୂର ଲାଗି କର୍ମ ନିୟୋଜନ ଉପରେ ଦୃଷ୍ଟି ଦେଇଥିଲେ। ଟେଲି ଯୋଗାଯୋଗ କମ୍ପ୍ୟୁଟର ବିଜ୍ଞାନ କାରିଗରୀ ଶିକ୍ଷା ଓ ପ୍ରୟୋଗ ଉପରେ ଜୋର ଦେଇଥିଲେ। ଦେଶ ଲାଗି ଅନେକ ସ୍ବପ୍ନ ଦେଖି ସେ ମାତ୍ର ୪୬ବର୍ଷ ବୟସରେ ଶହୀଦ ହୋଇ ଯାଇଥିଲେ ବୋଲି ତାଙ୍କୁ ମନେ ପକାଇ ଉଦ୍‌ବୋଧନ ଦେଇ ଦଳୀୟ ନେତା କହିଥିଲେ। ପଡ଼ୋଶୀ ଶ୍ରୀଲଙ୍କାକୁ ଶାନ୍ତି ସେନା ପଠାଇ ସଦ୍‌ଭାବନା ଉପରେ ସେ ମହାନ କାର୍ଯ୍ୟ କରିଥିବାରୁ ଦେଶ ଆଜି ତାଙ୍କ ଜନ୍ମଦିନରେ ରାଷ୍ଟ୍ରୀୟ ସଦ୍‌ଭାବନା ଦିବସ ପାଳନ କରୁଛି। ପୁଣି ସେ ଯୁବକଙ୍କ ଲାଗି ଉର୍ଜା ଅପାର ଶକ୍ତି ପ୍ରେରଣାର ଉତ୍ସ ହୋଇଥିବାରୁ ଆଜି ଦିନକୁ ସରକାରୀ ଭାବେ ଅକ୍ଷୟ ଉର୍ଜା ଦିବସ ଭାବେ ପାଳନ କରାଯାଏ ବୋଲି କହିଛନ୍ତି।

ଏହି ଅବସରରେ ଦଳୀୟ ନେତା କର୍ମୀ ଯୁବଛାତ୍ର କଂଗ୍ରେସ ପକ୍ଷରୁ ଏହି ମହାନ ଦିବଂଗତ ନେତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲା କଂଗ୍ରେସ ସଂଯୋଜିକା ସୁଶ୍ରୀ ସଂଗୀତା ସିଂହ, ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର, ଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜ, ବରିଷ୍ଠ କଂଗ୍ରେସ ନେତା ମୋହନ ଚରଣ ପରିଡ଼ା, ସଂଗ୍ରାମ ଦାସ,ବିନୋଦ ବିହାରୀ ନାୟକ, ନିର୍ମଳ ନାୟକ, ରଘୁନାଥ ପାତ୍ର, ସୁଢ଼ଳ କୁମାର ସେଠୀ, ଲଳିତ ମୋହନ ନାୟକ, ମନୋରଞ୍ଜନ ରାଉତଙ୍କ ସହ ଅନେକ କଂଗ୍ରେସ କର୍ମୀ ଉପସ୍ଥିତ ରଖି ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଫଟୋରେ ଧୂପ ଦୀପ ପୁଷ୍ପମାଲ୍ୟ ଦେଇ ସମ୍ମାନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri