Posted inଫୁରସତ

ରାଜ କପୁରଙ୍କ ଝିଅ ରିତୁଙ୍କୁ ବିବାହ କରିଥାନ୍ତେ ରାଜୀବ ଗାନ୍ଧୀ: କରିନାଙ୍କ ପ୍ରଥମ ପସନ୍ଦ ଥିଲେ ରାହୁଲ

ରାଜୀବ ଗାନ୍ଧୀଙ୍କ ବିବାହ ରାଜ କପୁରଙ୍କ ଝିଅ ରିତୁ କପୁରଙ୍କ ସହିତ କରାଇବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଚାହୁଁଥିଲେ। ଗଣମାଧ୍ୟମ ପ୍ରତିନିଧି ରଶୀଦ୍‌ କିଦଓ୍ବାଇଙ୍କ ଦ୍ୱାରା ରଚିତ ପୁସ୍ତକ ‘ନେତା ଅଭିନେତା: ବଲିଉଡ୍‌ ଷ୍ଟାର ଇନ୍‌ ଇଣ୍ଡିଆନ୍‌ ପଲିଟିକ୍ସ୍‌’ରେ ଏହା ଦର୍ଶାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହର ଲାଲ୍‌ ନେହେରୁଙ୍କ ସହିତ ପୃଥ୍ବୀରାଜ କପୁରଙ୍କର ଭଲ ସମ୍ପର୍କ ଥିଲା। ଇନ୍ଦିରାଙ୍କ ମନରେ କପୁର ପରିବାର ପ୍ରତି ଯଥେଷ୍ଟ ସମ୍ମାନ ମଧ୍ୟ ରହିଥିଲା। ତେବେ ରାଜୀବ ଗାନ୍ଧୀ ଉଚ୍ଚ ଶିକ୍ଷା ପାଇଁ ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ପଢ଼ିବା ପାଇଁ ଯାଇଥିଲେ। ସେଠାରେ ସୋନିଆ ମାୟନୋ(ସୋନିଆ ଗାନ୍ଧୀ)ଙ୍କ ସହିତ ତାଙ୍କର ଭେଟ ହୋଇଥିଲା। ସେମାନେ ପରସ୍ପରକୁ ଭଲ ପାଇ ୧୯୬୮ରେ ବିବାହ କରିଥିଲେ। ଫଳରେ ଇନ୍ଦିରାଙ୍କ ଆଶା ସଫଳ ହୋଇପାରି ନ ଥିଲା। ଗାନ୍ଧୀ ପରିବାର ଏବଂ କପୁର ପରିବାର ମଧ୍ୟରେ ଥିବା ସମ୍ପର୍କକୁ ନେଇ ୨୦୦୨ରେ ପୁଣି ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏକ ଟିଭି କାର୍ଯ୍ୟକ୍ରମରେ କରିନା କପୁର ଏକ ପ୍ରଶ୍ନର ଉତ୍ତରରେ ରାହୁଲ ଗାନ୍ଧୀଙ୍କ ସହିତ ଡେଟ୍‌ରେ ଯିବାକୁ ପସନ୍ଦ କରିଥିବା କହିଥିଲେ। ତେବେ କରିନା ୨୦୦୯ରେ ସେହି ସମାନ ପ୍ରଶ୍ନରେ ରାହୁଲଙ୍କୁ ଅତିଥି ଭାବେ ଦେଖିବାକୁ ପସନ୍ଦ କରିବେ ବୋଲି ଉତ୍ତର ଦେଇଥିଲେ। ପରେ ୨୦୧୨ରେ କରିନାଙ୍କ ବିବାହ ଶୈଫ୍‌ ଅଲ୍ଲୀ ଖାଁଙ୍କ ସହିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri