Posted inଜାତୀୟ

ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ଲେଖିଲେ ଚିଠି, ‘୩୨ ବର୍ଷ ହେଲା ମା’ଙ୍କୁ ଦେଖିନାହିଁ, ଏବେ ଘରକୁ ଯିବାକୁ ଚାହୁଁଛି’

ଚେନ୍ନାଇ,୧୦।୬: ୩୨ବର୍ଷ ଧରି ମା’ଙ୍କୁ ଦେଖିନାହିଁ। ମୋତେ ଯିବାକୁ ଦିଅନ୍ତୁ। କୋହଭରା କଣ୍ଠରେ ଚିଠି ମାଧ୍ୟମରେ ନିବେଦନ କରିଛନ୍ତି ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ଏମ.ଟି ସନ୍ଥନ।
ସେ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ତଥା ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଛି। ମୋତେ ଶ୍ରୀଲଙ୍କା ପଠାଇବା ପାଇଁ ବ୍ୟବସ୍ଥା କରାଯାଉ। ଦୀର୍ଘ ଦିନ ଧରି ମୁଁ ନିବେଦନ କରିବା ସତ୍ତ୍ୱେ ମୋତେ କୌଣସି ଉତ୍ତର ମିଳୁ ନାହିଁ। ୩୨ ବର୍ଷ ଧରି ମୋ ମା’ଙ୍କୁ ଭେଟି ନାହିଁ। ମୁଁ ନିଜକୁ ଦୋଷୀ ମନେ କରୁଛି ଯେ ଏହି ବୟସରେ ମୁଁ ତାଙ୍କୁ ସାହାଯ୍ୟ କରିପାରୁ ନାହିଁ। ଏଠାରେ ଫୋନ୍‌ରେ କଥା ହେବାକୁ ଅନୁମତି ଦିଆଯାଉ ନାହିଁ। କ୍ୟାମ୍ପରେ ନିଜ ରକ୍ତ ସମ୍ପର୍କୀୟ ଛଡା ଅନ୍ୟ କାହାକୁ ଭେଟିବାକୁ ଅନୁମତି ନାହିଁ। ମୋ ଭଳି ବିଦେଶୀ ପାଇଁ ଏଠି କିଏ ଅବା ରକ୍ତ ସମ୍ପର୍କୀୟ ଥିବେ! କର୍ତ୍ତୃପକ୍ଷ ଆମକୁ ଜୀବିତ ରଖିଛନ୍ତି କିନ୍ତୁ ଆମକୁ ବଞ୍ଚିବାକୁ ଦେଉ ନାହାନ୍ତି।

ସୂଚନାଯୋଗ୍ୟ, ପୂର୍ବ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଶ୍ରୀଲଙ୍କାର ନାଗରିକ ଏମ.ଟି ସନ୍ଥନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ବର୍ତ୍ତମାନ ସେ ତାଙ୍କ ସ୍ବତନ୍ତ୍ର କ୍ୟାମ୍ପକୁ ଏକ ଚିଠି ଲେଖି ଘରକୁ ଫେରିବାକୁ ନିବେଦନ କରିଛନ୍ତି।

ସୁପ୍ରିମକୋର୍ଟ ନଭେମ୍ବର ୧୧ ୨୦୨୨ରେ ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୬ଜଣ ଦୋଷୀଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶୁଣାଣି ପରେ ୩୨ ବର୍ଷ ଧରି ଦଣ୍ଡ ଭୋଗିଥିବା ନଳିନୀ, ଶ୍ରୀହରନ, ସନ୍ଥନ, ରୋବର୍ଟ ପାୟାସ, ଜୟକୁମାର ଏବଂ ରବିଚନ୍ଦ୍ରନଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା। ନଳିନୀ ଏବଂ ରବିଚନ୍ଦ୍ରନଙ୍କୁ ନିଜ ପରିବାର ପାଖକୁ ଯିବାକୁ ଅନୁମତି ଦିଆଯାଇଥିଲା କିନ୍ତୁ ଅନ୍ୟ ଚାରିଜଣଙ୍କୁ ତ୍ରିଚି ସେଣ୍ଟ୍ରାଲ ଜେଲର ଏକ ସ୍ବତନ୍ତ୍ର ଶିବିରରେ ରଖାଯାଇଥିଲା। କାରଣ ସେହି ୪ଜଣ ଶ୍ରୀଲଙ୍କା ନାଗରିକ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri