Posted inଖେଳ

ରାଜୀବ ଶୁକ୍ଳା ପୁଣି ହେବେ ବିସିସିଆଇ

ନୂଆଦିଲ୍ଲୀ, ୧୮ା୧୨ (ପି.ଟି.)-ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଭେଟେରାନ କଂଗ୍ରେସ ନେତା ରାଜୀବ ଶୁକ୍ଳା ପୁଣିଥରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଉପସଭାପତି ହେବାକୁ ଯାଉଛନ୍ତି। ବୋର୍ଡର ସଦସ୍ୟମାନେ ତାଙ୍କୁ ସର୍ବସମ୍ମତି କ୍ରମେ ନିର୍ବାଚିତ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ଶୁକ୍ଳା ପୂର୍ବରୁ ଏନ୍‌. ଶ୍ରୀନିବାସନଙ୍କ କାର୍ଯ୍ୟକାଳରେ ଉପସଭାପତି ଭାବେ କାର୍ଯ୍ୟ କରିଥିଲେ। ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲର ସେ ଥିଲେ ଜଣେ ଲୋକପ୍ରିୟ ଚେୟାରମ୍ୟାନ। ଡିଡିସିଏ (ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ) ସଭାପତି ରୋହନ ଜେଟ୍‌ଲୀ ଶୁକ୍ଳାଙ୍କ ନାମ ପ୍ରସ୍ତାବ ରଖିଥିଲେ। ଉତ୍ତରାଖଣ୍ଡର ମହିମ ବର୍ମା ସମର୍ଥନ କରିଥିଲେ, ଯିଏକି ଚଳିତବର୍ଷ ପ୍ରାରମ୍ଭରେ ଏହି ପଦ ତ୍ୟାଗ କରିଥିଲେ। ବର୍ମା ପଦତ୍ୟାଗ କରିବା ମାତ୍ରେ ଏହି ପଦବୀ ପାଇଁ ଶୁକ୍ଳାଙ୍କ ନାମ ସବୁଠାରୁ ଆଗରେ ରହିଥିଲା। ଖବର ଅନୁସାରେ ଶୁକ୍ଳାଙ୍କ ପାଇଁ କୁଲିଂ ଅଫ୍‌ ପିରିୟଡ ଲାଗୁ ହେବ ନାହିଁ। କାରଣ ଆଇପିଏଲ୍‌ ଚେୟାରମ୍ୟାନଶିପ୍‌ ଜଣେ କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ହିସାବରେ ଗଣତି ହୁଏ ନାହିଁ। ଡିସେମ୍ବର ୨୪ରେ ଅହମ୍ମଦାବାଦରେ ବିସିସିଆଇର ବାର୍ଷିକ ସାଧାରଣ ଅଧିବେଶନ ବସିବ। ଏଥିରେ ଶୁକ୍ଳା ବିଧିବଦ୍ଧ ଭାବେ ନିର୍ବାଚିତ ହେବେ। ଅନ୍ୟପକ୍ଷରେ ଅନ୍ୟ ଦୁଇଜଣ ସଦସ୍ୟ ଆଇପିଏଲ୍‌ ଚେୟାରମ୍ୟାନ ବୈଜେଶ ପଟେଲ ଏବଂ ଖୈରୁଲ ଜମାଲ (ମାମନ) ମଜୁମଦାର ଗଭର୍ନିଂ କାଉନ୍‌ସିଲକୁ ପୁନଃ ନିର୍ବାଚିତ ହୋଇଛନ୍ତି। ବର୍ତ୍ତମାନ ସମୟରେ କୌଣସି ୟୁନିଟ୍‌ ନିର୍ବାଚନ ଚାହୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri