ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା କାନୁନ୍‌ଗୋ, ଭାଜପାରୁ କୃଷ୍ଣଚନ୍ଦ୍ର ମହାପାତ୍ର, କଂଗ୍ରେସରୁ ପ୍ରଭାସକର ମହାପାତ୍ର, ଜେଏମ୍‌ଏମ୍‌ରୁ କୃଷ୍ଣଚନ୍ଦ୍ର ଦାସ, ଭଞ୍ଜସେନା ସମର୍ଥିତ ପ୍ରାର୍ଥୀ ସଞ୍ଜୀବ କୁମାର ରାଉତ, ଆପରୁ ଶଙ୍କର୍ଷଣ ମିଶ୍ର, ଆଜସୁରୁ ଯୋଗେନ୍ଦ୍ରନାଥ ମହାନ୍ତ,ସ୍ବାଧୀନ ପ୍ରାର୍ଥୀ ଗୋପବନ୍ଧୁ ମହାନ୍ତ,ସତ୍ୟବାନ ଦଳନାଏକ,ରାଧାକ୍ରିଷ୍ଣା ମହାନ୍ତ,ସୁଦାମ ସୋରେନ, ଦିବ୍ରାଟଚନ୍ଦ୍ର ମହାନ୍ତ,ଭୀମଚରଣ ମାର୍ଣ୍ଡି,ଦିଲ୍ଲୀପ କୁମାର ତୁଙ୍ଗ, ମଦନମୋହନ ମୁର୍ମୁ, ମୃତ୍ୟୁଞ୍ଜୟ ବେହେରା ଏବଂ ପୁଷ୍ପାଞ୍ଜଳି ମହାପାତ୍ର ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି।

ତେବେ ବିଜେଡି, କଂଗ୍ରେସ ଲୋକଙ୍କୁ ନିଜ ଆଡ଼କୁ ଟାଣିବା ପାଇଁ ବୁଥ୍‌ସ୍ତରୀୟ, ଜୋନସ୍ତରୀୟ କାର୍ଯ୍ୟକ୍ରମ କରିବା ସହିତ ମିଶ୍ରଣ ପର୍ବ କରି ନିଜ ନିଜର ସ୍ଥିତି ସୁଦୃଢ କରୁଛନ୍ତି। କିନ୍ତୁ ଏଯାବତ ଅନ୍ୟ ଦଳ ତଥା ପ୍ରାର୍ଥୀମାନେ ଚୁପ୍‌ଚାପ ବସି ରହି ଏଯାଏ କୌଣସି ଆଖିଦୃଶିଆ କାର୍ଯ୍ୟକ୍ରମ କରିନାହାନ୍ତି। ଖାସକରି ଗତ ନିର୍ବାଚନରେ ବିଜେଡିକୁ କଡ଼ା ଟକ୍କର ଦେଇଥିବା ଭାଜପା ସେମିତି କାର୍ଯ୍ୟକ୍ରମ ନ କରି ନିର୍ବାଚନୀ ପ୍ରଚାରରେ ବହୁ ପଛରେ ପଡ଼ିଯାଇଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି।
ତେବେ ଭାଜପା ପ୍ରାର୍ଥୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଏକ ସଭାରେ ଖୁଲମଖୁଲା କଡ଼ା ସମାଲୋଚନା କରିଛନ୍ତି ମୋରଡ଼ା ବିଧାୟକ ରାଜକିଶୋର ଦାସ। କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ ମାମଲା ରହିଥିବା କହିଛନ୍ତି ରାଜୁ। ତେବେ ରାଜକିଶୋରଙ୍କ ମନ୍ତବ୍ୟକୁ ନେଇ କୃଷ୍ଣଚନ୍ଦ୍ର ମଧ୍ୟ ନିଜ ପ୍ରତିକ୍ରିୟାରେ କହିଛନ୍ତି, ରାଜୁଙ୍କ ମନ୍ତବ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ତାଙ୍କ ନାମରେ ମଧ୍ୟ ଏକ  ମାମଲା ରହିଛି। ତେବେ ଜନତା ଜନାର୍ଦ୍ଦନ ସବୁ ଜାଣିଛନ୍ତି। ଆଗାମୀ ଦିନରେ ସବୁ ଜଣାପଡ଼ିବ ବୋଲି କୃଷ୍ଣଚନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri