କଂଗ୍ରେସ ଛାଡ଼ିଲେ ରାଜକିଶୋର

ଜଗତ୍‌ସିଂହପୁର ଅଫିସ,୧୮।୯: ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ନଭେମ୍ବର ଶେଷ ସୁଦ୍ଧା ଉପନିର୍ବାଚନ ହେବା ନେଇ ସ୍ପଷ୍ଟ ହୋଇଛି। ଭାରତୀୟ ନିର୍ବାଚନ କମିଶନ ଏ ସମ୍ପର୍କିତ ସୂଚନା ଦେଲାପରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ସାଙ୍ଗଠନିକ କାର୍ଯ୍ୟକୁ କ୍ରିୟାଶୀଳ କରାଯାଇଛି। ଏପରି କି ପ୍ରାର୍ଥୀ ଚୟନ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ଏ ପରିସ୍ଥିତିରେ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ରାଜକିଶୋର ବେହେରା ଦଳ ଛାଡ଼ିଲେ ବୋଲି ଗୁରୁବାର ସ୍ଥାନୀୟ ସାରଦା ମଣ୍ଡପରେ ଏକ ଖବରଦାତା ସମ୍ମିଳନୀ କରି ଘୋଷଣା କରିଛନ୍ତି।
ସେ କହିଛନ୍ତି, ଦଳ ତାଙ୍କୁ ଅଣଦେଖା କରିଛି। ଦୀର୍ଘ ବର୍ଷ ଧରି ଦଳ ପାଇଁ ସେ ନିରବଚ୍ଛିନ୍ନ ଭାବେ କାମ କରି ଆସୁଛନ୍ତି। ବୃତ୍ତିରେ ଜଣେ ଆଇନଜୀବୀ ହୋଇଥିଲେ ସୁଦ୍ଧା କଂଗ୍ରେସ ସଙ୍ଗଠନ ସହିତ ସେ ଦୀର୍ଘ ବର୍ଷ ଧରି ସକ୍ରିୟ ଭାବେ ରହି ଆସିଛନ୍ତି। ଅତୀତରେ କଂଗ୍ରେସ ମଧ୍ୟ ତାଙ୍କୁ ଅନେକ କିଛି ଦେଇଛି। ସେତେବେଳେ କଂଗ୍ରେସର ଆଭ୍ୟନ୍ତରୀଣ ଗଣତନ୍ତ୍ର ସୁଦୃଢ ଥିଲା। କିନ୍ତୁ ଧୀରେଧୀରେ ଏହି ଗଣତନ୍ତ୍ର ଦୁର୍ବଳ ହେବାରେ ଲାଗିଛି। ସେ ଦଳର ଜଣେ ଆଗଧାଡିଆ ନେତା ହୋଇଥିଲେ ସୁଦ୍ଧା ତାଙ୍କୁ ବିଭିନ୍ନ କ୍ଷେତ୍ରରେ ନେତୃତ୍ୱ ଉପେକ୍ଷା କରୁଛନ୍ତି, ଯାହାକି ଯନ୍ତ୍ରଣାଦାୟକ। ତେଣୁ ସେ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି। ଏଥିସହ ସେ ଏକ ଜାତୀୟ ଦଳକୁ ଯିବାକୁ ମନସ୍ଥ କରିଛନ୍ତି। ପରୋକ୍ଷରେ ସେ ଭାଜପାକୁ ଯିବେ ବୋଲି ସଙ୍କେତ ଦେଇଛନ୍ତି।
ବେହେରା ୨୦୦୯ ଓ ୨୦୧୪ ସାଧାରଣ ନିର୍ବାଚନରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇ ବିଜେଡି ପ୍ରାର୍ଥୀଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ୨୦୦୯ରେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ରନାଥ ଭୋଇଙ୍କୁ ୮୨,୧୦୦ ଓ ରାଜକିଶୋରଙ୍କୁ ୪୮,୧୦୦ ଖଣ୍ଡ ଭୋଟ ମିଳିଥିଲା। ଭାଜପା ପ୍ରାର୍ଥୀ ଲତାମଣୀ ଦାସ ୪,୫୧୪ ଖଣ୍ଡ ଭୋଟ ପାଇଥିଲେ। ୨୦୧୪ରେ ବିଜେଡି ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକଙ୍କୁ ୮୮,୯୫୩ ଓ ରାଜକିଶୋରଙ୍କୁ ୫୩,୫୦୫ ଖଣ୍ଡ ଭୋଟ ମିଳିଥିଲା। ଭାଜପା ପ୍ରାର୍ଥୀ ରମାକାନ୍ତ ଭୋଇ ୧୪,୫୧୬ ଖଣ୍ଡ ଭୋଟ ପାଇଥିଲେ। ୨୦୧୯ରେ ରାଜକିଶୋରଙ୍କ ବଦଳରେ ଦେବୀପ୍ରସାଦ ମଲ୍ଲିକଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିଲା। କିନ୍ତୁ ଏହି ନିର୍ବାଚନରେ କଂଗ୍ରେସ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ୨୦୧୪ରେ କଂଗ୍ରେସ ପ୍ରାର୍ଥୀ ବେହେରାଙ୍କୁ ୫୩,୫୦୫ ଓ ୨୦୧୯ରେ ମଲ୍ଲିକଙ୍କୁ ମାତ୍ର ୨୩,୮୦୯ ଖଣ୍ଡ ଭୋଟ ମିଳିବା ଦଳ ପାଇଁ ଚିନ୍ତାର କାରଣ ହୋଇଥିଲା। ବିଜେଡି ପ୍ରାର୍ଥୀ ବିଷ୍ଣୁ ଚରଣ ଦାସଙ୍କୁ ୯୩,୯୬୭ ଓ ଭାଜପା ପ୍ରାର୍ଥୀ ରମାକାନ୍ତ ଭୋଇଙ୍କୁ ୫୩,୫୮୧ ଖଣ୍ଡ ଭୋଟ ମିଳିଥିଲା। ଫଳରେ କଂଗ୍ରେସକୁ ପଛରେ ପକାଇ ଭାଜପା ପ୍ରାର୍ଥୀ ଦ୍ୱିତୀୟ ସ୍ଥାନକୁ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri