Posted inଜାତୀୟ

ଗେମିଂ ଜୋନ୍‌ ଅଗ୍ନିକାଣ୍ଡ: ମୃତଦେହ ଚିହ୍ନଟ ପାଇଁ ହେବ ଡିଏନ୍‌ଏ ପରୀକ୍ଷା

ରାଜକୋଟ,୨୬ା୫: ଗୁଜରାଟର ରାଜକୋଟରେ ଥିବା ଟିଆର୍‌ପି ଗେମିଂ ଜୋନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ପିଲାଙ୍କ ସମେତ ୨୮ ଜଣଙ୍କ ମୃତ୍ୟୁ ଘଟଣା ଏହାର ନିରାପତ୍ତା ମାନକୁ ନେଇ ଗମ୍ଭୀର ପ୍ରଶ୍ନ ଉଠାଇଛି। ଉକ୍ତ ମନୋରଞ୍ଜନ କେନ୍ଦ୍ର ଆପତ୍ତି ବିହୀନ ପ୍ରମାଣପତ୍ର (ଏନ୍‌ଓସି) ବିନା ଚାଲୁଥିଲା ଏବଂ ଏହାର ମାତ୍ର ଗୋଟିଏ ପ୍ରସ୍ଥାନ ଦ୍ୱାର ରହିଥିଲା। ସପ୍ତାହାନ୍ତ ପାଇଁ ଟିଆର୍‌ପି କର୍ତ୍ତୃପକ୍ଷ ଟିକେଟ ଦର ୯୯ ଟଙ୍କାକୁ ହ୍ରାସ କରିଥିବାରୁ ରିହାତିର ସୁଯୋଗ ନେବାକୁ ପ୍ରବଳ ଲୋକଙ୍କ ଗହଳି ହୋଇଥିଲା। ସଟ୍‌ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିଲାବେଳେ ତଦନ୍ତ ପରେ ଏହାର ପ୍ରକୃତ କାଣ ଜଣାପଡ଼ିବ ବୋଲି ଅଧିକାରୀମାନେ କହିଛନ୍ତି। ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୁଭାଷ ତ୍ରିବେଦୀଙ୍କ ନେତୃତ୍ୱରେ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇ) ଘଟଣାର ତଦନ୍ତ କରିବାକୁ ଥିବାବେଳେ ରବିବାର ଭୋର ସମୟରେ ରାଜକୋଟରେ ସ୍ଥାନୀୟ ପ୍ରଶାସନ ସହ ଉକ୍ତ ଟିମ୍‌ ବୈଠକ କରିଥିଲା।
ମୃତଦେହଗୁଡ଼ିକ ଏଭଳି ପୋଡ଼ିଯାଇଛି ଯେ, ସେଗୁଡ଼ିକୁ ଚିହ୍ନଟ କରିବା ସମ୍ଭବ ହେଉନାହିଁ। ତେଣୁ ମୃତକଙ୍କୁ ଚିହ୍ନଟ କରିବା ପାଇଁ ସେମାନଙ୍କ ସମ୍ପର୍କୀୟ ଏବଂ ମୃତଦେହର ଡିଏନ୍‌ଏ ନମୁନା ସଂଗ୍ରହ କରାଯାଉଛି। ଗେମିଂ ଜୋନ୍‌ର ମାଲିକ ଓ ମ୍ୟାନେଜରଙ୍କୁ ଗିରଫ କରାଯାଇଛି। ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଅଗ୍ନିକାଣ୍ଡ ସ୍ଥଳ ପରିଦର୍ଶନ କରିବା ସହ ଆହତମାନେ ଚିକିତ୍ସିତ ହେଉଥିବା ହସ୍ପିଟାଲକୁ ଯାଇ ସେମାନଙ୍କ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକମାନଙ୍କ ପାଇଁ ଶୋକବ୍ୟକ୍ତ କରିବା ସହ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ...

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର...

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri