Posted inଜାତୀୟ

ରାଜକୋଟ୍‌ ନାବାଳିକା ବଳାତ୍କାର ମାମଲା: ଅପରାଧୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ରାଜକୋଟ୍‌,୧୭ା୧: ୭ ବର୍ଷର ବାଳିକାଙ୍କୁ ବଳାତ୍କାର କରିବା ସହ ଲୁହା ରଡ୍‌ରେ ଯୌନ ନିର୍ଯାତନା ଦେବା ମାମଲାରେ ଗୁଜରାଟ ରାଜକୋଟ୍‌ର ଏକ ଅଦାଲତ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଅପରାଧର ୪୪ ଦିନ ମଧ୍ୟରେ ରାୟ ପ୍ରକାଶ ପାଇଛି।

ଅଭିଯୁକ୍ତ ମଧ୍ୟପ୍ରଦେଶ ଅଲିରାଜପୁରର ରାମସିଂ ଦୁଦ୍‌ଭା(୩୨)ଙ୍କୁ ସ୍ବତନ୍ତ୍ର ପୋକ୍‌ସୋ ବିଚାରପତି ଭି.ଏ. ରାଣା ଶିଶୁ ଯୌନ ନିର୍ଯାତନା ପ୍ରତିକାର ଆଇନ ଏବଂ ଭାରତୀୟ ନ୍ୟାୟ ସଂହିତା ଆଇନର ବିଭିନ୍ନ ଧାରାରେ ଦୋଷୀସାବ୍ୟସ୍ତ କରିଥିଲେ। ଗୁଜରାଟ ସରକାର ପ୍ରତ୍ୟେକ ଝିଅଙ୍କ ସୁରକ୍ଷା ପାଇଁ ଦୃଢ଼ ପ୍ରତିଶ୍ରୁତିବଦ୍ଧ ଏବଂ ଏଭଳି ଅପରାଧକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ଗୁଜରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଘଭି କହିଛନ୍ତି।

ନାବାଳିକା ଜଣକ ତାଙ୍କ ଭାଇ ସହ ଖେଳୁଥିଲାବେଳେ ଅଭିଯୁକ୍ତ ରାମସିଂ ତାଙ୍କୁ ବାଇକ୍‌ରେ ଅପହରଣ କରି ଏକ ବୁଦା ନିକଟକୁ ନେଇଯାଇ ବଳାତ୍କାର କରିଥିଲେ। ପରେ ସେ ତାଙ୍କୁ ଲୁହାରଡ୍‌ରେ ଯୌନ ନିର୍ଯାତନା ଦେଇ ରକ୍ତାକ୍ତ ଅବସ୍ଥାରେ ଛାଡ଼ି ଚାଲିଯାଇଥିଲେ।

ଡିସେମ୍ବର ୮ରେ ପୋଲିସ ତାଙ୍କୁ ଗିରଫ କରିଥିଲା। ଡିସେମ୍ବର ୧୯ରେ ଚାର୍ଜଶିଟ୍‌ ଦାଖଲ ହୋଇଥିବାବେଳେ ଜାନୁଆରୀ ୧୨ରେ ଅଦାଲତ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଥିଲେ। ଅପରାଧ ବିରଳରୁ ବିରଳତମ ହୋଇଥିବା ବିବେଚନା କରି କୋର୍ଟ ରାମସିଂଙ୍କୁ ମୃତ୍ୟୁଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri