ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍‌ ହେବ ରାଜକୁମାରଙ୍କ ଅଭିନୀତ ଏହି ଫିଲ୍ମ: ଜାଣନ୍ତୁ କେବେ ଆସିବ ପ୍ରିମିୟର

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ହଂସଲ ମେହେତାଙ୍କ ନିର୍ଦ୍ଦେଶିତ ଫିଲ୍ମ ଓମେର୍ଟାକୁ ଥିଏଟର ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍‌ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜୁଲାଇ ୨୫ରେ ଜି୫ରେ ଏହାକୁ ରିଲିଜ୍‌ କରାଯିବ ବୋଲି ବୁଧବାର ସୂଚନା ମିଳିଛି। ନିର୍ଦ୍ଦେଶକ ହଂସଲ ମେହେତା ଓ ରାଜକୁମାର ଓମେର୍ଟାର ଡିଜିଟାଲ ରିଲିଜ୍‌ରେ ବେଶ୍‌ ଖୁସି ଥିବା ଜଣାପଡ଼ିଛି। ଏହି ଚଳଚ୍ଚିତ୍ରଟି ବ୍ରିଟିଶ ବୋର୍ନ ପାକିସ୍ତାନୀ ଆତଙ୍କବାଦୀ ଓମାର ଶାହିଦ ଶେଖଙ୍କ ଉପରେ ଆଧାରିତ ହୋଇଛି। ଏଥିରେ ରାଜକୁମାର ରାଓ ଆତଙ୍କବାଦୀ ଓମାରଙ୍କ ଚରିତ୍ରରେ ଅଭିନୟ କରିଛନ୍ତି। ଏହି ଚରିତ୍ରରେ ନିଜକୁ ଢ଼ାଳିବାକୁ ରାଜକୁମାରଙ୍କ ପାଇଁ ସହଜ ହୋଇ ନ ଥିବା ବେଳେ ଏହା ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜିଂ ପାଲଟିଥିଲା। ସୂଚନାଯୋଗ୍ୟ, ୨୦୧୭ରେ ଟରୋଣ୍ଟୋ ଫିଲ୍ମ ଫେଷ୍ଟିଭାଲରେ ଓମେର୍ଟାର ବିଶ୍ୱ ପ୍ରିମିୟର ହୋଇଥିଲା। ଏତଦ୍‌ବ୍ୟତୀତ ଏହି ଫିଲ୍ମଟିକୁ ଅନେକ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ମଧ୍ୟ ପ୍ରଦର୍ଶିତ କରାଯାଇସାରିଛି। କିନ୍ତୁ ଭାରତ ଥିଏଟରରେ ଓମେର୍ଟା ୨୦୧୮ ମେ ୪ରେ ରିଲିଜ୍‌ ହୋଇଥିଲା। ଏହି ଚଳଚ୍ଚିତ୍ରରେ ରାଜକୁମାର ରାଓଙ୍କ ଅଭିନୟକୁ ବେଶ୍‌ ପ୍ରଶଂସା କରାଯାଇଥିଲା। ଯଦିଓ ଏହି ଫିଲ୍ମ ଭାରତୀୟ ବକ୍ସ ଅଫିସରେ ଏତେଟା ସଫଳତା ହାସଲ କରି ନ ଥିଲା କିନ୍ତୁ ଏହାକୁ ୫୦୦ ପରଦାରେ ରିଲିଜ୍‌ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri