EMIରେ ଘର, ନିଜ ବ୍ୟାଙ୍କ ବାଲାନ୍ସକୁ ନେଇ ଖୋଲାଖୋଲି କହିଲେ ଅଭିନେତା ରାଜକୁମାର

ମୁମ୍ବାଇ: ବଲିଉଡ ତାରକା ରାଜକୁମାର ରାଓଙ୍କ ନୂଆ ଚଳଚ୍ଚିତ୍ର ’ବିକି ବିଦ୍ୟା କା ୱୋ ଓ୍ବାଲା ଭିଡିଓ’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଏହି ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ତାଙ୍କର ପୂର୍ବ ଚଳଚ୍ଚିତ୍ର ସ୍ତ୍ରୀ-୨ ବକ୍ସ ଅଫିସରେ ୮୫୦ କୋଟିରୁ ଅଧିକ ବ୍ୟବସାୟ କରିସାରିଛି। ନିକଟରେ ରାଜକୁମାର ରାଓ କହିଥିଲେ ଯେ ଲୋକମାନେ ତାଙ୍କ ବିଷୟରେ ଭାବୁଛନ୍ତି ସେ ଧନୀ, ହେଲେ ସେ ସେଭଳି ନୁହଁନ୍ତି।

ଏକ ସାକ୍ଷାତକାରରେ ରାଜକୁମାର ରାଓ ତାଙ୍କ ବ୍ୟାଙ୍କ ବାଲାନ୍ସ ବିଷୟରେ ଖୋଲାଖୋଲି ଭାବରେ କହିଛନ୍ତି। ଅଭିନେତା କହିଛନ୍ତି ଯେ ଆଜି ବି ସେ କୋଟି ଟଙ୍କା ମୂଲ୍ୟର କାର କିଣି ପାରିବେ ନାହିଁ। ଏହା ବ୍ୟତୀତ ରାଜକୁମାର ରାଓ କହିଛନ୍ତି ଯେ ସେ ଇଏମ୍‌ଆଇରେ ଏକ ଘର ନେଇଛନ୍ତି, ଯେଉଁଥିପାଇଁ ସେ ବିପୁଳ ପରିମାଣର ଅର୍ଥ ଦେଉଛନ୍ତି। ରାଜକୁମାର ରାଓ କହିଛନ୍ତି, ସତ କହିବାକୁ ଗଲେ ଲୋକମାନେ ଯେତିକି ଭାବନ୍ତି ସେତିକି ଟଙ୍କା ନାହିଁ। ମୋର ଏବେ ଇଏମ୍‌ଆଇ ଚାଲିଛି।

ରାଜକୁମାର ରାଓ ଆହୁରି ମଧ୍ୟ କହିଛନ୍ତି ଯେ ସେ ୫୦ ଲକ୍ଷ ଟଙ୍କା ମୂଲ୍ୟର କାର କିଣି ପାରିବେ, କିନ୍ତୁ ତାହା ମଧ୍ୟ ପ୍ରଥମେ ଆଲୋଚନା ହେବ। ହେଲେ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆରାମ କିଣି ପାରବେ। ତା’ହେଲେ ତାଙ୍କୁ ଅଧିକ ଚିନ୍ତା କରିବାକୁ ପଡ଼ିବ ନାହିଁ । ରାଜକୁମାର ରାଓଙ୍କ ଫିଲ୍ମ ‘ବିକି ବିଦ୍ୟା କା ୱୋ ଓ୍ବାଲା ଭିଡିଓ’ ଅକ୍ଟୋବର ୧୧ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri