ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ, ସବ୍‌ଡିଭିଜନ ଦାବି

ପଟ୍ଟାମୁଣ୍ଡାଇ, ୨୦ା୮(ଅକ୍ଷୟ ବିଶ୍ୱାଳ/କଳ୍ପତରୁ ନାୟକ)ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳ ଉପସ୍ଥିତି ଜାହିର କରିଥିଲା। ରାଜ୍ୟ ରାଜନୀତିକୁ ନିୟନ୍ତ୍ରଣ କରିଆସୁଥିବା ଜିଲାର ପ୍ରମୁଖ ଅଙ୍ଗ ଭାବେ ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଓଡ଼ିଶାର ରାଜନୈତିକ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିଲା। ଓଡ଼ିଶାର ଅନ୍ୟତମ ପ୍ରମୁଖ ବାଣିଜି୍ୟକ ପେଣ୍ଠ ଭାବେ ପଟ୍ଟାମୁଣ୍ଡାଇର ସୁନାମ ରହିଛି। ଗତ ସୀମା ପୁନଃ ନିର୍ଦ୍ଧାରଣରେ ପ୍ରଶାସନିକ ଚକ୍ରାନ୍ତର ଶିକାର ହୋଇ ବିଧାନସଭା ଆସନ ଲୋପ ପାଇବା ସହ ପଟ୍ଟାମୁଣ୍ଡାଇ ତା’ର ସତ୍ତା ହରାଇ ବସିଥିଲା, ଯାହା ପଟ୍ଟାମୁଣ୍ଡାଇବାସୀଙ୍କ ଭାବାବେଗକୁ କୁଠାରାଘାତ କରିଥିଲା। ବିଲୁପ୍ତ ପଟ୍ଟାମୁଣ୍ଡାଇ ବିଧାନସଭା ଆସନକୁ ଭାଗ ଭାଗ କରି ରାଜନଗର, କେନ୍ଦ୍ରାପଡ଼ା ଓ ଆଳି ବିଧାନସଭା ଆସନ ମଧ୍ୟରେ ମିଶାଇ ଦିଆଯାଇଛି। ପଟ୍ଟାମୁଣ୍ଡାଇବାସୀଙ୍କ ସ୍ବାର୍ଥ, ସ୍ବାଭିମାନର ସୁରକ୍ଷା ଓ ହୃତ୍‌ ଗୌରବକୁ ଫେରାଇ ଆଣିବାକୁ ଅଣରାଜନୈତିକ ଗଣସଙ୍ଗଠନ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ଦୀର୍ଘ ୧୫ ବର୍ଷ ହେବ ବିଭିନ୍ନ ଆନ୍ଦୋଳନ ଜାରି ରଖିଛି। ରାଜନଗର ବିଧାନସଭା ଆସନ ସହ ପଟ୍ଟାମୁଣ୍ଡାଇ ନାମ ଯୋଡ଼ି ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଘୋଷଣା ସହ ପଟ୍ଟାମୁଣ୍ଡାଇ ସବ୍‌ଡିଭିଜନ ଓ ରାଜନଗର ଏନ୍‌ଏସି ଘୋଷଣା ଦାବି ଉପରେ ଫୋକସ କରାଯାଇଛି। ଏହି ଦାବି ପୂରଣ ପାଇଁ ବିକାଶ ପରିଷଦ ଭାରତବର୍ଷର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ, ଓଡ଼ିଶା ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ସଚିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ଖବରଦାତାମାନଙ୍କୁ ସବିଶେଷ ସୂଚନା ଦେଇ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ପ୍ରତିଷ୍ଠାତା ଆଇନଜୀବୀ ବିଜୟ କେତନ ସ୍ବାଇଁ, ଆବାହକ ପ୍ରଫେସର ଉମେଶ ଚନ୍ଦ୍ର ପରିଡ଼ା, ଉପଦେଷ୍ଟା ମଣ୍ଡଳୀ ଅଧ୍ୟକ୍ଷ ଆଇନଜୀବୀ ରାମକୃଷ୍ଣ ଦାଶ, ପଟ୍ଟାମୁଣ୍ଡାଇ ବ୍ଲକ କୃଷକ ପରିଷଦ ଆବାହକ ରଞ୍ଜନ ରାଉତ, ସଂଖ୍ୟାଲଘୁ ପରିଷଦ ଆବାହକ ସେକ୍‌ ଜାକିର ହୁସେନ, ପଟ୍ଟାମୁଣ୍ଡାଇ ନଗର ଯୁବ ପରିଷଦ ଆବାହକ ସନ୍ତୋଷ କୁମାର ବିଶ୍ୱାଳ ପ୍ରମୁଖ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ତଥା ଅଘୋଷିତ ସବ୍‌ଡିଭିଜନ ଏବଂ ପଟ୍ଟାମୁଣ୍ଡାଇ, ଆଳି, ରାଜକନିକା ଓ ରାଜନଗରର ପ୍ରବେଶ ଦ୍ୱାର ପଟ୍ଟାମୁଣ୍ଡାଇ ସୀମା ପୁନଃ ନିର୍ଦ୍ଧାରଣ ପରେ ନିଜର ସତ୍ତା ହରାଇ ବସିଛି। ସମସ୍ତ ଯୋଗ୍ୟତା ଓ ଭିତ୍ତିଭୂମି ସତ୍ତ୍ୱେ ରାଜସ୍ବ ସବ୍‌ଡିଭିଜନ ଘୋଷଣାରୁ ବଞ୍ଚତ୍ତ ହୋଇଛି। ଫଳରେ ପଟ୍ଟାମୁଣ୍ଡାଇବାସୀଙ୍କ ଭାବାବେଗକୁ ଆଘାତ ଦେଇଛି ଓ ରାଜନଗର ନିର୍ବାଚନମଣ୍ଡଳୀରେ ପଟ୍ଟାମୁଣ୍ଡାଇ ନଁା ନ ଥିବାବେଳେ ପଟ୍ଟାମୁଣ୍ଡାଇ ସବ୍‌ଡିଭିଜନ ଘୋଷଣା ଶୀତଳଭଣ୍ଡାରରେ ରହିଛି।
ରାଜନଗର ବିଧାନସଭା ଆସନରୁ ପ୍ରତିନିଧିତ୍ୱ କରିଥିବା ପ୍ରତିନିଧିମାନେ ରାଜ୍ୟ ବିଧାନସଭାରେ ପଟ୍ଟାମୁଣ୍ଡାଇ ସବ୍‌ଡିଭିଜନ ଦାବି ବାରମ୍ବାର ଉଠାଇଥିଲେ ମଧ୍ୟ ସରକାରୀସ୍ତରରେ ଏ ଦିଗରେ କୌଣସି ଠୋସ୍‌ ପଦକ୍ଷେପ ନିଆଯାଇନାହିଁ। ବାଧ୍ୟହୋଇ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ପଟ୍ଟାମୁଣ୍ଡାଇ ସବ୍‌ଡିଭିଜନ ଦାବି ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲା। ଉଚ୍ଚ ନ୍ୟାୟାଳୟ ଏ ଦିଗରେ ଉପଯୁକ୍ତ ବିଚାର କରି ଅବିଳମ୍ବେ ପଦକ୍ଷେପ ନେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏଥିସହ ଓଡ଼ିଶା ରାଜ୍ୟପାଳ ବିକାଶ ପରିଷଦର ପଟ୍ଟାମୁଣ୍ଡାଇ ସବ୍‌ଡିଭିଜନ ଦାବି ଉପରେ ହସ୍ତକ୍ଷେପ କରି ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି। ପଟ୍ଟାମୁଣ୍ଡାଇରେ ସବ୍‌ଡିଭିଜନ ହସ୍ପିଟାଲ, ଏଡିଜେ କୋର୍ଟ, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ବିଦ୍ୟୁତ୍‌, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ସବ୍‌ଡିଭିଜନ କାର୍ଯ୍ୟାଳୟ, କୃଷି ଜିଲା କାର୍ଯ୍ୟାଳୟ, ବିଭିନ୍ନ ଉଚ୍ଚ ଶିକ୍ଷାନୁଷ୍ଠାନ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସହ ପର୍ଯ୍ୟାପ୍ତ ସରକାରୀ ଜମି ରହିଛି। ଉପରୋକ୍ତ ଦାବି ସହ ବହୁ ପ୍ରତୀକ୍ଷିତ ପଟ୍ଟାମୁଣ୍ଡାଇ ସରକାରୀ ବସ୍‌ଷ୍ଟାଣ୍ଡ, ଯାତ୍ରୀ ବିଶ୍ରାମାଗାର ନିର୍ମାଣ ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାର ପଦକ୍ଷେପ ନେଲେ ପଟ୍ଟାମୁଣ୍ଡାଇ, ରାଜନଗରବାସୀଙ୍କ ସ୍ବପ୍ନ ସାକାର ହେବ। ଏହି ଦାବି ହାସଲ ପର୍ଯ୍ୟନ୍ତ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ତା’ର ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଜାରି ରଖିବ ବୋଲି ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?