Posted inଜାତୀୟ

୧୫ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ରାଜନାଥ, ଅଶ୍ୱିନୀ

ନୂଆଦିଲ୍ଲୀ,୩୦।୫: କୋଭିଡ୍‌ ମହାମାରୀ ବେଳେ ଟ୍ରେନ୍‌ରେ ଦେଶର ବିଭିନ୍ନ ଅଞ୍ଚଳକୁ ଖାଦ୍ୟଶସ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ର କ୍ୟାବିନେଟର ୧୫ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଆଇଏଏନ୍‌ଏସ୍‌-ସିଭୋଟର ସର୍ଭେରେ ଏନ୍‌ଡିଏ ଭୋଟରମାନେ ୧୦ ନମ୍ବରରୁ ଅଶ୍ୱିନୀଙ୍କୁ ୬.୮୨ ନମ୍ବର ଦେଇ ୧୨ତମ ସ୍ଥାନରେ ରଖିଥିବାବେଳେ ବିରୋଧୀ ଭୋଟରମାନେ ୫.୯୬ ନମ୍ବର ଦେଇ ୭ମ ସ୍ଥାନରେ ରଖିଛନ୍ତି। ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସୋସିଆଲ ଗ୍ରୁପ୍‌ ପାରାମିଟରରେ ସେ ୭.୨୦ ନମ୍ବର ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ମହାମାରୀ ସଙ୍କଟ ବେଳେ ଭାରତୀୟ ରେଲଓ୍ବେ ଖାଦ୍ୟଶସ୍ୟ, କୋଇଲା, ପେଟ୍ରୋଲିୟମ, ସାର, ଲୁହାପଥର ଆଦି ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଯୋଗ କରିବା ସହ ଭିତ୍ତିଭୂମି ଓ ନିରାପତ୍ତା ବ୍ୟବସ୍ଥାରେ ଉନ୍ନତି ଆଣି ଦେଶବାସୀଙ୍କ ସଦ୍ଦିଚ୍ଛା ହାସଲ କରିଥିଲା।

ସର୍ଭେ ଅନୁଯାୟୀ ମୋଦି କ୍ୟାବିନେଟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ମନ୍ତ୍ରୀ ଦର୍ଶାଯାଇଛି। ଏନ୍‌ଡିଏ ସରକାରର ୮ ବର୍ଷ ପୂର୍ତ୍ତି ଅବସରରେ ଏହି ସର୍ଭେ କରାଯାଇଥିଲା, ଯେଉଁଥିରେ ଏନ୍‌ଡିଏ, ଅଣ ଏନ୍‌ଡିଏ ଭୋଟରଙ୍କ ସମେତ ବିଭିନ୍ନ ପାରାମିଟରକୁ ସାମିଲ କରାଯାଇଥିଲା। ରାଜନାଥଙ୍କୁ ଏନ୍‌ଡିଏ ଭୋଟର୮.୩୬ ନମ୍ବର ଏବଂ ବିରୋଧୀ ଭୋଟର ୭.୦୩ ନମ୍ବର ଦେଇ ପ୍ରଥମ ର଼୍ୟାଙ୍କ୍‌ରେ ରଖିଛନ୍ତି। ମୁସଲମାନ ସମ୍ପ୍ରଦାୟର ସୋସିଆଲ ଗ୍ରୁପ୍‌ରେ ସେ ୬.୩୦ ସ୍କୋର ସହ ଶୀର୍ଷସ୍ଥାନରେ ଥିବାବେଳେ ଏସ୍‌ଟି/ଏସ୍‌ଟି ସୋସିଆଲ ଗ୍ରୁପ୍‌ରେ ୭.୬୩ ସ୍କୋର ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେହିପରି କୋଭିଡ୍‌ ମହାମାରୀ ବିରୋଧରେ ଦେଶର ଲଢ଼େଇରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ମଧ୍ୟ ଶ୍ରେଷ୍ଠ ମନ୍ତ୍ରୀଙ୍କ ମଧ୍ୟରେ ସ୍ଥାନ ମିଳିଛି। ଆଇଏଏନ୍‌ଏସ୍‌-ସିଭୋଟର ସର୍ଭେରେ ୬.୭୫ ନମ୍ବର ସହ ସେ ୧୩ତମ ସ୍ଥାନରେ ରହିଛନ୍ତି।

ସର୍ଭେରେ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ୮.୦୭ ସ୍କୋର ସହ ଦ୍ୱିତୀୟ ସ୍ଥାନରେ ଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ୭.୭୯ ସ୍କୋର ସହ ତୃତୀୟ ସ୍ଥାନରେ, ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୭.୬୯ ସ୍କୋର ସହ ଚତୁର୍ଥ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri