ବଜାରକୁ ଆସିଲା ‘ରାଜନାଥ ଆମ୍ବ’: ଜାଣନ୍ତୁ କ’ଣ ରହିଛି ବିଶେଷତ୍ୱ

ଲକ୍ଷ୍ନୌ,୭ା୬:ଭାରତର ‘ମ୍ୟାଙ୍ଗୋ ମ୍ୟାନ୍‌’ ଭାବେ ପରିଚିତ ହାଜି କଲିମୁଲ୍ଲା ଖାନ୍‌ ନୂଆକରି ବିକଶିତ ଏକ ଆମ୍ବର ନାମ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ନଁାରେ ରଖିଛନ୍ତି। ସେ ନିଜ ବଗିଚାରେ ଫଳାଇଥିବା ଏହି ନୂଆ କିସମ ଆମ୍ବର ନାମକରଣ କରିଛନ୍ତି ‘ରାଜନାଥ ଆମ୍ବ’। କଲିମୁଲ୍ଲା ଏହା ପୂର୍ବରୁ ସଚିନ ତେନ୍ଦୁଲକର, ଐଶ୍ୱର୍ଯ୍ୟା ରାୟ, ଅଖିଳେଶ ଯାଦବ, ସୋନିଆ ଗାନ୍ଧୀ, ନରେନ୍ଦ୍ର ମୋଦି, ଅମିତ୍‌ ଶାହାଙ୍କ ଭଳି ପ୍ରମୁଖ ଭାରତୀୟ ବ୍ୟକ୍ତିତ୍ୱଙ୍କ ନାମରେ ଆମ୍ବର ନାମକରଣ କରିସାରିଛନ୍ତି। ପୂର୍ବରୁ ୨୦୦୮ରେ ଭାରତ ସରକାର କୃଷି ଉଦ୍ୟାନ ଓ ବିଭିନ୍ନ କିସମର ଫଳ ଉତ୍ପାଦନ ପ୍ରତି କରିମୁଲ୍ଲାଙ୍କ ଅନନ୍ୟ ଅବଦାନକୁ ସ୍ବୀକୃତି ଦେଇ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।
ଉତ୍ତର ପ୍ରଦେଶର ଲକ୍ଷ୍ନୌ ଜିଲା ମଲିହାବାଦ ନିବାସୀ କଲିମୁଲ୍ଲା ଖାନ୍‌ ଗୋଟିଏ ଗଛରେ ୩୦୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ଫଳାଇ ସାରିଲେଣି। ରାଜନାଥ ସିଂଙ୍କ ନାମରେ ସଦ୍ୟ ଭେରାଇଟିର ନାମକରଣକୁ ନେଇ କଲିମୁଲ୍ଲା କହିଛନ୍ତି, ଅନେକ ସମୟରେ ଲୋକେ ମହାନ୍‌ ନେତାମାନଙ୍କ ନାମକୁ ଭୁଲିଯାଆନ୍ତି। ଏହି ନାମଗୁଡ଼ିକ ପିଢ଼ି ପିଢ଼ି ଧରି ବଞ୍ଚତ୍ରହୁ ବୋଲି ସେ ଚାହାନ୍ତି। ଦେଶ ପାଇଁ ତାତ୍ପର୍ଯ୍ୟପୂର୍ଣ୍ଣ ସେବା ପ୍ରଦାନ କରିଥିବା ବ୍ୟକ୍ତିଙ୍କ ନାମରେ ସେ ଆମ୍ବର ନାମ ଦେଇଥାନ୍ତି। ପାକିସ୍ତାନୀ ଆତଙ୍କବାଦୀଙ୍କୁ ନିପାତ କରିବାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥଙ୍କ ଭୂମିକାକୁ ସମ୍ମାନ ଦେଇ ସେ ନୂଆ ଆମ୍ବର ନାମ ‘ରାଜନାଥ ଆମ୍ବ’ ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri