Posted inଜାତୀୟ

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ ପ୍ରଥମେ ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ଏହାପରେ ଲକ୍ଷ୍ନୌରେ ଥିବା ଭାଜପା କାର୍ଯ୍ୟାଳୟଠାରୁ ପ୍ରାୟ ୧୨ କିଲୋମିଟର ପର୍ଯ୍ୟନ୍ତ ଏକ ରୋଡ ଶୋ’ କରିଥିଲେ। ରାଜନାଥ ତାଙ୍କ ସମର୍ଥକଙ୍କ ସହ ରାଲିରେ ଆସି ଜିଲ୍ଲାପାଳଙ୍କ କାର୍ଯାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଏହି ସମୟରେ ତାଙ୍କ ସହ ଦଳର ବହୁ ନେତା ଏବଂ ଜେଡିୟୁ ସାଧାରଣ ସଂପାଦକ କେ ସି ତ୍ୟାଗୀ ପ୍ରମୁଖ ଉପସ୍ଥିତ ଥିଲେ। ହେଲେ ଏହି ସମୟରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସାମିଲ ହୋଇନଥିଲେ। ନିର୍ବାଚନ ପ୍ରଚାର ସମୟରେ ବିବାଦୀୟ ବୟାନ ଦେଇଥିବା ଯୋଗୁ ନିର୍ବାଚନ ଆୟୋଗ ତାଙ୍କ ଉପରେ ୭୨ ଘଣ୍ଟିଆ ପ୍ରତିବନ୍ଧକ ଲଗାଇଛନ୍ତି। ଅପରପକ୍ଷରେ ଏହି ରାଲିରେ ଉତ୍ତର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୋର୍ଯ୍ୟ ଏବଂ ଦିନେଶ ଶର୍ମାଙ୍କ ସମେତ ଯୋଗୀ ସରକାରଙ୍କ ବହୁ ବରିଷ୍ଠ ମନ୍ତ୍ରୀ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ ଯେ, ୨୦୧୪ରେ ରାଜନାଥ ସିଂହ ଏହି ଆସନରୁ ବହୁ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri