Posted inଜାତୀୟ

୭୫ ଭିତ୍ତିଭୂମି ପ୍ରକଳ୍ପ ଉଦ୍‌ଘାଟନ କଲେ ରାଜନାଥ

ନୂଆଦିଲ୍ଲୀ,୨୯ା୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ୭୫ଟି ଭିତ୍ତିଭୂମି ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରଣନୀତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ। ଶ୍ୟୋକ ନଦୀ ଉପରେ ନିର୍ମିତ ୧୨୦ ମିଟର ବ୍ରିଜ୍‌ ସବୁ ସମୟରେ ସଶସ୍ତ୍ର ବଳକୁ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅନ୍ତର୍ଗତ ଲଦାଖର ଦୌଲତ ବେଗ୍‌ ଓଲ୍ଡିକୁ ଯିବାରେ ସହାୟକ ହେବ। ଏହା ବ୍ୟତୀତ ଅନ୍ୟ ୭୪ଟି ପ୍ରକଳ୍ପ ଜମ୍ମୁ-କଶ୍ମୀର, ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ସମେତ ୬ଟି ରାଜ୍ୟରେ ନିର୍ମାଣ କରାଯାଇଛି। ସୀମାନ୍ତ ସଡ଼କ ସଂଗଠନ (ବିଆର୍‌ଓ) ଦ୍ୱାରା ଜମ୍ମୁ-କଶ୍ମୀରରେ ନିର୍ମିତ ୨୦ଟି ପ୍ରକଳ୍ପ ନିର୍ମାଣ ହୋଇଥିବାବେଳେ ଲଦାଖ ଓ ଅରୁଣାଚଳପ୍ରଦେଶରେ ୧୮ଟି ଲେଖାଏ, ଉତ୍ତରାଖଣ୍ଡରେ ୫, ସିକିମ୍‌, ହିମାଚଳପ୍ରଦେଶ, ପଞ୍ଜାବ ଓ ରାଜସ୍ଥାନରେ ୧୪ଟି ପ୍ରକଳ୍ପ ନିର୍ମାଣ ହୋଇଛି। ଏ ବାବାଦରେ ୨,୧୮୦ କୋଟି ଟଙ୍କା ବ୍ୟୟ କରାଯାଇଛି। ପ୍ରକଳ୍ପଗୁଡ଼ିକ ଦେଶର ପ୍ରତିରକ୍ଷା ପ୍ରସ୍ତୁତିକୁ ବଢ଼ାଇବା ସହ ସୀମାନ୍ତ ଅଞ୍ଚଳର ଆର୍ଥିକ ବିକାଶରେ ସହାୟକ ହେବ। ରାଜନାଥ ୧୪,୦୦୦ ଫୁଟ୍‌ ଉଚ୍ଚରେ ଅବସ୍ଥିତ ଶ୍ୟୋକ ବ୍ରିଜ୍‌ରେ ଉପସ୍ଥିତ ରହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri