Posted inଜାତୀୟ

କାରଗିଲ ବିଜୟ ଦିବସ: ଯୁଦ୍ଧରେ ଭାରତକୁ ମିଳି ନ ଥିଲା ବିଶ୍ୱର ସହାୟତା

ଜମ୍ମୁ,୨୪ ।୭: କାରଗିଲ ବିଜୟ ଦିବସ ଅବସରରେ ଦେଶର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଜମ୍ମୁରେ କାରଗିଲ ଯୁଦ୍ଧରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି ଭାରତ ଏବେ ଏକ ଶକ୍ତିଶାଳୀ ଦେଶ ହୋଇଯାଇଛି । ସେନା ଯବାନଙ୍କ ପ୍ରଶଂସା ଯେତେ କରାଯିବ ତାହା କମ ହେବ । କାରଗିଲ ଯୁଦ୍ଧରେ ଆମ ୩ ସେନାଙ୍କ ମଧ୍ୟରେ ସମନ୍ୱୟ ଦେଖିବାକୁ ମିଳିଥିଲା ।
ସେ ମନେପକାଇବାକୁ ଯାଇ କହିଛନ୍ତି, ସ୍ଥଳ ସେନାର ସପୋର୍ଟରେ ବାୟୁସେନା ଅପରେଶନ ସଫେଦ ସାଗର ଚଳାଇଥିଲେ ତ ନୌସେନା ଆରବ ସାଗରରେ କରାଚି ପର୍ଯ୍ୟନ୍ତ ପହଞ୍ଚିବାକୁ ସମୁଦ୍ର ରାସ୍ତାକୁ ଅବରୋଧ କରିବାରେ ବଡ ଭୂମିକା ଗ୍ରହଣ କରିଥିଲେ । ପିଓକେ ଆମର ହେଲେ ପାକିସ୍ତାନ ବାରମ୍ବାର ଠୁକର ଖାଇବି ତା’ର ଜିଦରୁ ତଳକୁ ଓହ୍ଲାଉନାହିଁ । ବର୍ଷ ୧୯୬୫ ଓ ୧୯୭୧ର ଯୁଦ୍ଧରେ ପାକିସ୍ତାନର ପରାଜୟ ହୋଇଥିବା ବେଳେ କାରଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ କଡା ଜବାବ ଦେଇଥିଲେ । ରାଜନାଥ ଆହୁରି ମଧ୍ୟ କହିଛନ୍ତି, ମୁଁ ଆପଣମାନଙ୍କୁ ଆଶ୍ୱସ୍ତ କରୁଛି କି ଯଦି ପାକିସ୍ତାନ କିଛି ଦୁଃସାହସ କରେ ତେବେ ତାକୁ ଉଚିତ ଜବାବ ଦିଆଯିବ । ଆଶା କରୁଛି ପାକିସ୍ତାନ ସଦବୁଦ୍ଧିରେ କାମ କରୁ ।
କରଗିଲ ବିଜୟ ଦିବସ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, କାରଗିଲ ଯୁଦ୍ଧରେ ଭାରତକୁ ବିଶ୍ୱର ସହଯୋଗ ମିଳି ନ ଥିଲା । ଏହାପରେ ବି ଭାରତ ସମ୍ପୂର୍ଣ୍ଣ ଶକ୍ତି ପ୍ରୟୋଗ କରି ଏକୁଟିଆ ଏହି ଯୁଦ୍ଧ ଲଢିବା ସହ ବିଜୟ ହାସଲ କରିଥିଲା । ଏହାପରେ ବି ପାକିସ୍ତାନ କିଛି ଶିକ୍ଷା କରିପାରିଲା ନାହିଁ । ଆମେ ପଡୋଶୀ ଦେଶ ସହ ଭଲ ସମ୍ପର୍କ ରଖିବାକୁ ଚାହୁଁଛୁ, ହେଲେ ଯଦି କେହି ଆମକୁ ନାଲି ଆଖି ଦେଖାଇବେ ତେବେ ତାହାର କଡା ଜବାବ ବି ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri