Posted inଜାତୀୟ

ଆମେ ବ୍ରହ୍ମୋସ କ୍ଷେପଣାସ୍ତ୍ର ଏଇଥିପାଇଁ ନିର୍ମାଣ କରୁଛୁ, ବିଶ୍ୱର କୌଣସି ଦେଶ ଆମକୁ ଶତ୍ରୁ ଭାବେ ନ ଦେଖୁ: ରାଜନାଥ

ଲକ୍ଷ୍ନୌ,୨୬ ।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବ୍ରହ୍ମୋସ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ବ୍ରହ୍ମୋସ ଏଇଥିପାଇଁ ନିର୍ମାଣ କରାଯାଉଛି, ଯେ ବିଶ୍ୱର କୌଣସି ବି ଦେଶ ଭାରତକୁ ଶତ୍ରୁ ନଜରରେ ଦେଖିବାକୁ ସାହସ ବି କରିବ ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ବହ୍ମୋସ ଏଇଥିପାଇଁ ନିର୍ମାଣ କରାଯାଉଛି ଯେ ଦେଶ ନିକଟରେ ଏମିତି ଶକ୍ତି ଥାଉ ଯାହାର ସାମ୍ନା କରିବାକୁ ଶତ୍ରୁକୁ ତିନି ଥର ଭାବିକୁ ପଡିବ । ପାକିସ୍ତାନର ନାଁ ନ ନେଇ ରାଜନାଥ କହିଛନ୍ତି ଉରି, ପୁଲୱାମା ଘଟଣାକୁ ଟିକେ ମନେ ପକାନ୍ତୁ, ଆମର ଗୋଟିଏ ପଡୋଶୀ ଦେଶ ଯିଏ ପୁଲୱାରେ ଆତଙ୍କବାଦୀ ଆକ୍ରମଣକୁ ସଫଳ କରାଇଲା, ଏହାପରେ ଆମର ପ୍ରଧାନମନ୍ତ୍ରୀ ଯେଉଁ ନିଷ୍ପତ୍ତି ନେଲେ ଆମେ ସେହି ଦେଶରେ ଯାଇ ସେଠାରେ ଥିବା ଆତଙ୍କବାଦୀଙ୍କୁ ସଫା କରି ଆସିଲୁ । ତେଣୁ ପ୍ରତି ମୁହୂର୍ତ୍ତରେ ଆମ ସେନାଙ୍କ ଶକ୍ତି ବୃଦ୍ଧି ହେବା ଭଲ । ସେ ଆହୁରି ମଧ୍ୟ କହିଛନ୍ତି ଏହା ଦ୍ୱାରା ଲୋକଙ୍କ ରୋଜଗାରର ମାଧ୍ୟମ ମିଳିଯିବ ଓ ଉତ୍ତର ପ୍ରଦେଶ ଅର୍ଥ ବ୍ୟବସ୍ଥାରେ ଏକ ନୂଆ ଅଧ୍ୟାୟ ଯୋଡିହେବ । ଏହି ଅବସରରେ ପ୍ରତିକ୍ଷାମନ୍ତ୍ରୀ ରାଜନାଥ ସିଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଭ୍‌କ ପ୍ରଶଂସା କରି କହିଛନ୍ତି, ମୋତେ ବିଶ୍ୱାସ ହେଉନି ଏତେଶୀଘ୍ୟ ଏହି ୟୁନିଟ କରାମ କରିବାକୁ ଯାଉଛି । ଏଥିପାଇଁ ୋଗୀ ସରକାର ୨ଶହ ଏକର ଜମି ଯୋଗାଇ ଦେଛନ୍ତି । ଏହାସହ ଉତ୍ତର ପ୍ରଦେଶରେ ଯୋଗୀ ସରକାରଙ୍କ ପ୍ରଶଂସା କରିଛନ୍ତି ରାଜନାଥ ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

ଶ୍ରାବଣ ମାସର ପ୍ରଥମ ସୋମବାର; ଏହି ରାଶି ଉପରେ ରହିବ ମହାଦେବଙ୍କ କୃପା, ହେବ ଧନବର୍ଷା

ଶ୍ରାବଣ ମାସର ଏହି ପ୍ରଥମ ସୋମବାରରେ, ଚନ୍ଦ୍ର କୁମ୍ଭ ରାଶିରୁ ମୀନ ରାଶିକୁ ଗୋଚର କରିଛନ୍ତି । ମଙ୍ଗଳ ବୃଷ ରାଶିରୁ ମିଥୁନ ରାଶିକୁ ସ୍ଥାନାନ୍ତରିତ ହୋଇଛନ୍ତି…

ବୀମା ଟଙ୍କା ଲୋଭରେ ସ୍ତ୍ରୀ ଉପରେ ଗାଡ଼ି ଚଢାଇ ଦେଲେ ସ୍ବାମୀ

ହମ୍ମିରପୁର, ୩ା୮ (ଉତ୍ତର ପ୍ରଦେଶ): ୪୪ ଲକ୍ଷ ଟଙ୍କାର ବୀମା ରାଶି ହଡ଼ପ କରିବା ଲୋଭରେ ଜଣେ ସ୍ବାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି।…

ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର,୩ା୮: ଭୁବନେଶ୍ବରସ୍ଥିତ ପାତ୍ରପଡ଼ାରେ ଥିବା ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ସୂତା ଫ୍ୟାକ୍ଟ୍ରି…

ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ମହାପ୍ରୟାଣ ଯାନ, ଖଟିଆରେ ବୁହା ହେଲା ମୃତଦେହ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଉପାନ୍ତ ଅଞ୍ଚଳରେ ରାସ୍ତା ନଥିବାରୁ ମୃତଦେହକୁ ଖଟିଆରେ ବୁହାହେବା ଘଟଣା ଏବେ ମୋବାଇଲକୁ ମୋବାଇଲ ଭାଇରଲ…

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି

ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ…

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri