Posted inଜାତୀୟ

ଓବାମାଙ୍କୁ ଜବାବ ଦେଲେ ରାଜନାଥ

ଶ୍ରୀନଗର,୨୬।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଭାରତର ମୁସଲମାନମାନଙ୍କ ସୁରକ୍ଷା ଉପରେ ଏକ ମନ୍ତବ୍ୟ ଦେଇଥିଲେ। ଏବେ ଏହାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହାର ଜବାବ ରଖିଛନ୍ତି। ସୋମବାର ସେ କହିଛନ୍ତି, ଓବାମା ଜୀ ଭୁଲିଯିବା ଉଚିତ ନୁହେଁ ଯେ ଭାରତ ହେଉଛି ଏକମାତ୍ର ଦେଶ ଯିଏକି ବିଶ୍ୱରେ ବାସ କରୁଥିବା ସମସ୍ତ ଲୋକଙ୍କୁ ପରିବାର ସଦସ୍ୟ ଭାବରେ ବିବେଚନା କରନ୍ତି। ସେ ମଧ୍ୟ ନିଜ ବିଷୟରେ ଚିନ୍ତା କରିବା ଉଚିତ ଯେ ସେ କେତେ ମୁସଲମାନ ଦେଶ ଉପରେ ଆକ୍ରମଣ କରିଛନ୍ତି।

ଜାମ୍ମୁ-କାଶ୍ମୀରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରତିରକ୍ଷାମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ମୁସଲିମ ଦେଶମାନେ ମଧ୍ୟ ସ୍ବୀକାର କରିଛନ୍ତି ଯେ ଆତଙ୍କବାଦ ଗ୍ରହଣୀୟ ନୁହେଁ। ଭାରତ ଓ ଆମେରିକା ମିଳିତ ବୟାନରେ ସ୍ପଷ୍ଟ କରିଛନ୍ତି ଯେ ମିଳିତ ଜାତିସଂଘରେ ତାଲିକାଭୁକ୍ତ ଆତଙ୍କବାଦୀ ସଂଗଠନ ବିରୋଧରେ ଉଚିତ କାର୍ଯ୍ୟାନୁଷ୍ଠାନ ହେବା ଉଚିତ, ଯେଉଁଥିରେ ଲଶ୍କର-ଏ-ତୋଏବା, ଜୈଶ-ଏ-ମହମ୍ମଦ ଏବଂ ହିଜବୁଲ ମୁଜାହିଦ୍ଦିନ ସାମିଲ ଅଛନ୍ତି।
ସୂଚନାଯୋଗ୍ୟ, ଗୁରୁବାର ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କହିଥିଲେ କି ଯଦି ଭାରତ ଜାତୀୟ ସଂଖ୍ୟାଲଘୁଙ୍କ ଅଧିକାରର ରକ୍ଷା ନ କରେ ତେବେ ଏହା ଦୃଢ ଭାବେ ଆଶଙ୍କା କରାଯାଏ ଯେ ଏମିତି ଏକ ସମୟ ଆସିବ ଯେତେବେଳେ ଭାରତ ବିଭାଜିତ ହୋଇଯିବ। ରାଷ୍ଟ୍ରପତି ଜୋ ବାଇଡେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାମ୍ନାରେ ଏହା ଉଠାଇବା ଦରକାର। ଯେତେବେଳେ ବାରାକ ଓବାମା ଏହା କହିଥିଲେ ସେତେବେଳେ ମୋଦି ଆମେରିକା ଗସ୍ତରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?