Categories: ଜାତୀୟ

ରାଜୌରୀରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ୨ଆତଙ୍କବାଦୀ ନିପାତ

ଜମ୍ମୁ,୬।୮:ଜମ୍ମୁ-କାଶ୍ମୀରର ରାଜୌରୀ ଜିଲାରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ରାଜୌରୀ ଜିଲାର ଥାନାମାଣ୍ଡି ଜଙ୍ଗଲ ଅଞ୍ଚଳରେ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଲୁଚିରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ଗୁରୁବାର ରାତିରେ ପୋଲିସ ଓ ସୁରକ୍ଷାକର୍ମୀ ମିଳିତ ଭାବେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଏହି ସମୟରେ ଲୁଚିରହିଥିବା ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କୁ ଦେଖି ଭୟଭୀତ ହୋଇପଡ଼ି ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପ୍ରତି ଆକ୍ରମଣ କରିଥିଲେ। ଏହି ଗୁଳିବିନିମୟରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ତେବେ ଏବେ ବି ଘଟଣାସ୍ଥଳରେ ଗୁଳି ବିନିମୟ ଜାରି ରହିଛି ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ରହିଛି।

Share