ରାଜପୁର ଡକାୟତି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୫ ଅଭିଯୁକ୍ତ କୋର୍ଟଚାଲାଣ

ଜୁନାଗଡ଼,୭ା୮(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ରାଜପୁର ଗ୍ରାମରେ  ୩୧ ତାରିଖ ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସଶସ୍ତ୍ର ଡକାୟତି ହୋଇଥିଲା। ଏହି ଗ୍ରାମର ବୈଶାନର ନାଏକ ନାମକ ଜଣେ ବ୍ୟବସାୟୀଙ୍କ ଘରୁ ୧୦ରୁ ଊର୍ଦ୍ଧ୍ୱ ଡକାୟତ ମାରଣାସ୍ତ୍ର ଦେଖାଇ ୪ ଲକ୍ଷ ଟଙ୍କା ଓ ୧୩ ଭରି ସୁନା ନେଇ ଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଏହାକୁ ନେଇ ଜୁନାଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା।

କଳାହାଣ୍ଡି ଏସ୍‌ପି ଅଭିଳାଶ ଜୀଙ୍କ ନେତୃତ୍ୱରେ ସ୍ଥାନୀୟ ପୋଲିସ ଏହାର ତଦନ୍ତ କରି ଘଟଣାରେ ସଂପୃକ୍ତ ଥିବା ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ନଗଦ ୧ଲକ୍ଷ ୭୦ ହଜାର ଟଙ୍କା, ସୁନା ହାର, ମଙ୍ଗଳସୂତ୍ର ଓ ୫ଟି ମୋବାଇଲ ଜବତ କରିଛି। ଏ ନେଇ ଜୁନାଗଡ଼ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଧର୍ମଗଡ଼ ଏସ୍‌ଡିପିଓ ମନୋଜ ବେହେରା ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ମଧ୍ୟରେ ୩ ଜଣ କଳାହାଣ୍ଡିର ଓ ୨ ଜଣ ନବରଙ୍ଗପୁର ଜିଲାର ହୋଇଥିବା ବେଳେ ଏହି ଡକାୟତି ଘଟଣାରେ ଆହୁରି ମଧ୍ୟ ୮ ଜଣ ରହିଥିବା ସେ କହିଛନ୍ତି। ସେହିପରି ଏହି ଗ୍ୟାଙ୍ଗ୍‌ ଜିଲାର ଜୟପାଟଣା ଥାନା ରାଜାମୁଡ଼ା ଗ୍ରାମରେ ହୋଇଥିବା ଡକାୟତ ଘଟଣାରେ ମଧ୍ୟ ସାମିଲ ଥିବା ଏସ୍‌ଡିପିଓ ବେହେରା ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜୁନାଗଡ଼ ଆଇଆଇସି ଉଲ୍ଲାସ ରାଉତ, ଜୟପାଟଣା ଆଇଆଇସି ଶେଷଦେବ ବେହେରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

ବିହାରରେ ଚନ୍ଦ୍ର ଶେଖରଙ୍କ ଏଣ୍ଟ୍ରି, ବିଗାଡିବେ କି ଖେଳ

ପାଟଣା,୧୮।୭: ବିହାର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ନିର୍ବାଚନ ତାତି ବଢିବାରେ ଲାଗିଛି। ଇତି ମଧ୍ୟରେ ବିହାର ନିର୍ବାଚନରେ ଏଣ୍ଟ୍ରି କରିଛନ୍ତି ଚନ୍ଦ୍ର ଶେଖର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri