Posted inଜାତୀୟ

ଶେଷରେ ତୁଟିଲା କଳି: ଗେହଲଟଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଲେ ସଚିନଙ୍କ ୫ ସହଯୋଗୀ

ଜୟପୁର,୨୧।୧୧: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟର ନୂତନ କ୍ୟାବିନେଟର ଶପଥ ଗ୍ରହଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଛି। ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ୧୧ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ଚାରିଜଣ ରାଷ୍ଟ୍ରମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି। ନୂଆ କରି ଗଠନ ହୋଇଥିବା ଗେହଲଟଙ୍କ ମନ୍ତ୍ରିମଣ୍ଡଳରେ ସଚିନ ପାଇଲଟଙ୍କ ୫ ଜଣ ସହଯୋଗୀ ସ୍ଥାନ ପାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅଶୋକ ଗେହଲଟ ମଧ୍ୟ ଉପସ୍ଥିତ ଥିଲେ। ଏହାପୂର୍ବରୁ ଜୟପୁରର ରାଜ ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ କଲରାଜ ମିଶ୍ର ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପହଞ୍ଚିଥିଲେ। ଏଥି ସହ କ୍ୟାବିନେଟର ପୁନର୍ଗଠନର ଏକ ଅଂଶ ଭାବରେ ନୂତନ ମନ୍ତ୍ରୀମାନେ ଶପଥ ଗ୍ରହଣ କରିବା ପୂର୍ବରୁ ରାଜ୍ୟ କଂଗ୍ରେସ ମୁଖ୍ୟାଳୟରେ ଦଳୀୟ ବିଧାୟକଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।
ଦୀର୍ଘ ଦିନରୁ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ତିକ୍ତତା ଦେଖାଦେଥିଲେ। ଶେଷରେ ବିବାଦର ପ୍ରାୟ ଦେଢ ବର୍ଷ ପରେ କଂଗ୍ରେସ ହାଇକମାଣ୍ଡଙ୍କ ନିର୍ଦ୍ଦେଶରେ ଗେହଲଟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଛନ୍ତି। ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ସଚିନ ପାଇଲଟ ବେଶ ଖୁସି ବ୍ୟକ୍ତ କରିଛନ୍ତି। ୨୦୨୩ ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସର ସବୁ ନେତା ଏକାଠି ହୋଇ ଲଢିବେ ଓ ଭାଜପାକୁ ହରାଇବେ ବୋଲି ସେ କହିଛନ୍ତି। ଗେହଲଟ ମଧ୍ୟ ସବୁ କଥାକୁ ହାଲୁକା କରିବାକୁ ଚେଷ୍ଟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri