ରାଜୁ ହତ୍ୟା ମାମଲାର ପର୍ଦ୍ଦାଫାଶ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ମାଲପଡ଼ା ଭୁର୍ସୁନବନ୍ଧ ନିକଟ ଏକ ନିର୍ମାଣାଧିନ ଘର ପାଖରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ରାଜୁ ଓରଫ ରାକେଶ ପ୍ରଧାନ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବରଗଡ଼ ଟାଉନ ଥାନା ପୋଲିସ। ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ -୧ ଟାଙ୍ଗରପଡାର ବଣ୍ଟି ଭୁଏ(୧୯) ଏବଂ କେଶବ ନଗର ନିବାସୀ କାର୍ତ୍ତିକ ବାଗ(୨୦) ।

ପୋଲିସ ସେମାନଙ୍କ ପାଖରୁ ବ୍ୟବହୃତ ୨ ମାରଣାସ୍ତ୍ର ସହିତ ୪ଟି ମୋବାଇଲ ଫୋନ ଜବତ କରିଛି। ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ ସିନ ରିକ୍ରିଏଶନ କରିଛି। ମୃତ ରାଜୁଙ୍କ ମା’ ଭୂମୀସୂତାଙ୍କ ଏତଲା କ୍ରମେ ବରଗଡ଼ ଟାଉନ ଥାନା ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଦଫା ୩୦୨ରେ ଏକ ହତ୍ୟା ମାମଲା (ନଂ.୪୮୦/୨୩) ରୁଜୁ କରିଛି। ଏ ନେଇ ଶୁକ୍ରବାର ବରଗଡ଼ ଟାଉନ ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି ସୂଚନା ଦେଇ କହିଛନ୍ତି।

ଗତ ବୁଧବାର ରାତି ପ୍ରାୟ ୮ଟାରେ ମୃତ ରାଜୁ ତାଙ୍କ ନିଲିବନ୍ଧ ପଡାସ୍ଥିତ ଘରେ ରାତିରେ ଖାଇ ବାହାରକୁ ବାହାରି ଥିଲେ। ପରେ ସେ ଆଉ ଘରକୁ ଫେରି ନ ଥିଲେ। ଗୁରୁବାର ସକାଳୁ ଭୁର୍ସୁନବନ୍ଧ ନିକଟ ଏକ ନିର୍ମାଣାଧିନ ଘର ପାଖରେ ରାଜୁଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ବରଗଡ଼ ଟାଉନ ଥାନା ପୋଲିସ ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମ୍‌ ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଲା। ଏପରିକି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଅଭିଯୁକ୍ତମାନଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ଖବରଦାତା ସମ୍ମିଳନୀରେ ବରଗଡ଼ ଟାଉନ ଥାନା ଆଇଆଇସି ସତ୍ୟଜିତ କଣ୍ଡାନକେଲ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?