ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: ପରିବାରଲୋକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଲଗାତର ଭାବେ ଖବର ସାମ୍ନାକୁ ଆସୁଛି। ବର୍ତ୍ତମାନ ତାଙ୍କ ପ୍ରଶଂସକ ପାଇଁ ଏକ ଖୁସି ଖବର ରହିଛି। ଚିକିତ୍ସା ପରେ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସାମାନ୍ୟ ସୁଧାର ଆସିଛି। ବର୍ତ୍ତମାନ ରାଜୁଙ୍କ ଶରୀର ଚିକିତ୍ସାକୁ ଗ୍ରହଣ କରୁଥିବା ଜଣାପଡ଼ିଛି। ତାଙ୍କୁ ଏକ ଟ୍ୟୁବ ମାଧ୍ୟମରେ ତରଳ ପଦାର୍ଥ ବା କ୍ଷୀର ଦେବା ଆରମ୍ଭ କରାଯାଇଛି। ଗୁରୁବାରରୁ ଆଜି ପର୍ଯ୍ୟନ୍ତ ହାତ, ପାଦ ଏବଂ ଗଳାରେ କିଛି ଗତିବିଧି ଦେଖାଯାଇଛି। କିନ୍ତୁ ଡାକ୍ତରମାନେ କହିଛନ୍ତି ଯେ, ଆଖିର ଗତିବିଧିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯିବ। ତେବେ ଡାକ୍ତରଙ୍କ ଅନୁଯାୟୀ, କମେଡିଆନ ରାଜୁଙ୍କ ଚେତା ଫେରିବାକୁ ଆଉ କିଛି ଦିନ ଲାଗିପାରେ। ସୂଚନା ମୁତାବକ, ଅଗଷ୍ଟ ୧୦ରେ ହୃଦ୍‌ଘାତ ହେବା ପରଠାରୁ ରାଜୁଙ୍କୁ ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜୁଙ୍କ ପତ୍ନୀ ଶିଖା ଶ୍ରୀବାସ୍ତବଙ୍କୁ ଫୋନ କରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏଥିସହ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଶିଖାଙ୍କୁ ଫୋନ୍‌ କରି ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହ ତାଙ୍କ ଚିକିତ୍ସାର ସମସ୍ତ ବ୍ୟବସ୍ଥା କରିବା ପାଇଁ ଆଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri