ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ଗୁରୁତର: ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଳୀ,୨୧।୮: କମେଡି ସହିତ ଲୋକଙ୍କ ମୁହଁରେ ହସ ଫୁଟାଉଥିବା ଅଭିନେତା ରାଜୁ ଶ୍ରୀବାସ୍ତବ ଆଜି ନିଜେ ଚୁପ ଅଛନ୍ତି। ୧୧ ଦିନ ଧରି ଏମ୍ସ ଡାକ୍ତରଖାନାରେ ଚେତାଶୂନ୍ୟ ଅବସ୍ଥାରେ ଚିକିତ୍ସିତ ହେଉଥିବା ରାଜୁଙ୍କ ମଙ୍ଗଳ ପାଇଁ ସାରା ଦେଶରେ ପ୍ରାର୍ଥନା କରାଯାଉଛି। ରାଜୁଙ୍କ ସ୍ବାସ୍ଥ୍ୟ ସହ ଜଡିତ ବିଭିନ୍ନ ଖବର ପ୍ରତିଦିନ ପ୍ରକାଶ ପାଉଛି। ୨ ଦିନ ତଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇଥିଲା। କିନ୍ତୁ ଏବେ ପୁଣି ତାଙ୍କ ସ୍ବାସ୍ଥ୍ୟ ଖରାପ ହୋଇପଡିଥିବା ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ ରାଜୁଙ୍କ ଅବସ୍ଥା ସମ୍ପର୍କରେ ସର୍ବଶେଷ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର ଏବଂ ସେ ଆଇସିୟୁରେ ଅଛନ୍ତି। ତାଙ୍କ ଅବସ୍ଥାରେ କୌଣସି ଉନ୍ନତି ହେଉନାହିଁ। ଏପର୍ଯ୍ୟନ୍ତ ତାଙ୍କ ବେନ୍‌ ଡେଡ୍‌ ହୋଇନାହିଁ। ନାହିଁ। ଆସନ୍ତା ୨୪ ଘଣ୍ଟା ତାଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ।
ଅଗଷ୍ଟ ୧୦ରେ, ସକାଳ ପ୍ରାୟ ୧୧ଟା ସମୟରେ ରାଜୁ ଶ୍ରୀବାସ୍ତବ ଦକ୍ଷିଣ ମୁମ୍ବାଇର ଏକ ଜିମରେ ଟ୍ରେଡ ମିଲରେ ବୁଲୁଥିବା ସମୟରେ ହୃଦଘାତରେ ଆକ୍ରାନ୍ତ ହୋଇଥିଲେ। ଚେତାଶୂନ୍ୟ ଅବସ୍ଥାରେ ତୁରନ୍ତ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ।
ରାଜୁ ଶ୍ରୀବାସ୍ତବ ଦେଶର ଜଣେ ଜଣାଶୁଣା ହାସ୍ୟ ଅଭିନେତା। ସେ ଅନେକ ଲୋକପ୍ରିୟ ଟିଭି ଶୋ’ରେ ମଧ୍ୟ ଅଂଶଗ୍ରହଣ କରିଛନ୍ତି। ରାଜୁ ମଧ୍ୟ ଉତ୍ତରପ୍ରଦେଶ ଚଳଚ୍ଚିତ୍ର ବିକାଶ ପରିଷଦର ଚେୟାରମ୍ୟାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?