Posted inଜାତୀୟ

ମନର ଯନ୍ତ୍ରଣା ପ୍ରକାଶ କଲେ ରାଜ୍ୟ ସଭା ଅଧ୍ୟକ୍ଷ: କହିଲେ, ଏତେ ଉପହାସ, ଏତେ ଅପମାନ…

ନୂଆଦିଲ୍ଲୀ,୩।୭:ରାଜ୍ୟ ସଭାରେ ଚାଲିଥିବା ହଟ୍ଟଗୋଳ ମଧ୍ୟରେ ଅଧ୍ୟକ୍ଷ ଜଗଦୀପ ଧନଖର ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ବିରୋଧୀଙ୍କୁ କହିଛନ୍ତି, ସମ୍ବିଧାନକୁ ଏତେ ପରିହାସ କରାଯାଉଥିବାରୁ ମୁଁ ଦୁଃଖିତ। ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଧନ୍ୟବାଦ ପ୍ରସ୍ତାବ ଉପରେ ହୋଇଥିବା ଚର୍ଚ୍ଚାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜବାବ ଦେଉଥିବାବେଳେ କଂଗ୍ରେସ ସମେତ ସମଗ୍ର ବିରୋଧୀ କକ୍ଷତ୍ୟାଗ କରିଥିଲେ।
ବିରୋଧୀ ଦଳର କକ୍ଷତ୍ୟାଗ ଅତ୍ୟନ୍ତ ଯନ୍ତ୍ରଣାଦାୟକ ବୋଲି ବର୍ଣ୍ଣନା କରି ଅଧ୍ୟକ୍ଷ ଜଗଦୀପ ଧନଖର କହିଛନ୍ତି, ଆଲୋଚନା ସମୟରେ ବିରୋଧୀ ଦଳର ନେତାଙ୍କୁ କୌଣସି ବାଧା ନ ଦେଇ ସୁଯୋଗ ଦେବାକୁ ସେ ଅନୁରୋଧ କରିଛନ୍ତି। ଏହା ଭାରତର ସମ୍ବିଧାନ ପ୍ରତି ବଡ଼ ଅପମାନ । ଏହା ହେଉଛି ଉପର ଗୃହ ଏବଂ ଏହା ଦେଶକୁ ମାର୍ଗଦର୍ଶନ କରେ। ବିରୋଧୀ ଦଳର ସଦସ୍ୟଙ୍କ ଏହି ଆଚରଣକୁ ମୁଁ  ନିନ୍ଦା କରୁଛିି। ବିରୋଧୀ ଦଳର ଏହି ଆଚରଣ ଦେଶର ୧୪୦ କୋଟି ଲୋକଙ୍କୁ କ୍ଷତି ପହଞ୍ଚାଇବ ବୋଲି ସେ କହିଛନ୍ତି।
ଅଧ୍ୟକ୍ଷ ଆହୁରି ମଧ୍ୟ କହିଛନ୍ତି, ମୁଁ ଏହି ଚେୟାରରେ ବସି ବହୁତ ଦୁଃଖିତ ଯେ, ସମ୍ବିଧାନ ପ୍ରତି ଏତେ ପରିହାସ, ଏତେ ଅପମାନ କରାଯାଉଛି। ଭାରତର ସମ୍ବିଧାନ ହାତରେ ରଖିବା ପାଇଁ ନୁହେଁ ବରଂ ବଞ୍ଚିବା ପାଇଁ ଏକ ପୁସ୍ତକ। ସେ ବିରୋଧୀଙ୍କୁ ପରାମର୍ଶ ଦେଇଛନ୍ତି, ସେମାନେ ଆତ୍ମଚିନ୍ତନ କରନ୍ତୁ ଏବଂ ସେମାନଙ୍କର କର୍ତ୍ତବ୍ୟ ପାଳନ କରନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri