Posted inଜାତୀୟ

ରାଜ୍ୟ ସଭାର ୧୬ ଆସନ ପାଇଁ ଆଜି ଭୋଟ ଗ୍ରହଣ

ନୂଆଦିଲ୍ଲୀ,୧୦ ।୬: କିଣା ବିକା ବା ଘୋଡା ବେପାର ଭଳି ଅଭିଯୋଗ ମଧ୍ୟରେ ଶୁକ୍ରବାର ୧୬ ରାଜ୍ୟ ସଭା ଆସନ ପାଇଁ ହେବାକୁ ଯାଉଛି ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା) ନିଜ ନିଜର ବିଧାୟକମାନଙ୍କୁ ହୋଟେଲ ଓ ରିସୋର୍ଟରେ ରଖିଛନ୍ତି । ଏହି ନିର୍ବାଚନରେ ଯେଉଁମାନଙ୍କ ଭାଗ୍ୟ ନିଦ୍ଧାରଣ କରାଯିବ ସେମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ନିର୍ମଳା ସିତାରାମଣ ଓ ପିୟୁଷ ଗୋୟଲ, କଂଗ୍ରେସର ରଣଦୀପ ସୁରଜେୱାଲା, ଜୟରାମ ରମେଶ ଓ ମୁକୁଲ ବାସନିକ, ଶିବସେନା ନେତା ସଞ୍ଜୟ ରାଉତ ମୁଖ୍ୟ ବୋଲି କୁହାଯାଉଛି । ଏହି ରାଜନେତାମାନେ ବିନା କୌଣସି ବାଧାରେ ବିଜୟ ଲାଭ କରିବେ ବୋଲି ଆଶା କରାଯାଉଛି ।

ସୂଚନାଯୋଗ୍ୟ, ନିକଟରେ ରାଜ୍ୟ ସଭାର ୫୭ଟି ଆସନ ପାଇଁ ଦ୍ୱିବାର୍ଷିକ ନିର୍ବାଚନର ଘୋଷଣା କରାଯାଇଥିଲା । ଉତ୍ତର ପ୍ରଦେଶ, ତାମିଲନାଡୁ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ଓଡ଼ିଶା, ଛତିଶଗଡ, ପଞ୍ଜାବ, ତେଲେଙ୍ଗାନା, ଝାଡଖଣ୍ଡ ଓ ଉତ୍ତରାଖଣ୍ଡର ସମସ୍ତ ୪୧ ପ୍ରାର୍ଥୀ ଗତ ଶୁକ୍ରବାର ନିର୍ଦ୍ଦୋନ୍ଦ୍ୱରେ ନିର୍ବାଚିତ ହୋଇଥିଲେ । ତେବେ ହରିୟାଣ. ରାଜସ୍ଥାନ, ମହାରାଷ୍ଟ୍ର ଓ କର୍ନାଟକର ୧୬ ଆସନ ଲାଗି ଶୁକ୍ରବାର ନିର୍ବାଚନ ହେବାକୁ ଯାଉଛି । କାରଣ ଏସବୁ ରାଜ୍ୟରେ ଆସନ ଅପେକ୍ଷା ପ୍ରାର୍ଥୀଙ୍କ ସଂଖ୍ୟା ଅଧିକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?