Posted inଜାତୀୟ

ବିରୋଧୀ ଦଳର ଅସ୍ତିତ୍ୱ ହରାଇବ କି କଂଗ୍ରେସ

ନୂଆଦିଲ୍ଲୀ,୨୧।୩: ଗତ ଦୁଇଟି ବିଧାନସଭା ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ମେଣ୍ଟ ବହୁମତ ସହ କ୍ଷମତାକୁ ଫେରିଛି। ଯାହାଦ୍ୱାରା ବିରୋଧୀ ଦଳଙ୍କ ପାଇଁ ଏକ ସଙ୍କଟ ସୃଷ୍ଟି କରିଛି। ଇତିମଧ୍ୟରେ କଂଗ୍ରେସରେ ବିରୋଧୀ ପଦବୀ ସଙ୍କଟ ଦେଖାଦେଇଛି। ବିରୋଧୀ ପଦବୀ ବଜାୟ ରଖିବା ପାଇଁ କଂଗ୍ରେସ ନିକଟରେ ଲୋକ ସଭାରେ ପର୍ଯ୍ୟାପ୍ତ ସଂଖ୍ୟାନାହିଁ। ନିକଟରେ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସକୁ ଆଉ ଏକ ଝଟ୍‌କା ଲାଗିବାକୁ ଯାଉଛି। କାରଣ ୨୦୨୨ରେ ଭିନ୍ନ ଭିନ୍ନ ସମୟରେ ରାଜ୍ୟ ସଭାର ପ୍ରାୟ ୭୫ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଯେଉଁଥିରେ ଖୁବ୍‌ଶୀଘ୍ର କଂଗ୍ରେସକୁ ବହୁ କ୍ଷତି ସହିବାକୁ ପଡ଼ିବ। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ, ଲୋକ ସଭା ପରେ କଂଗ୍ରେସ ରାଜ୍ୟ ସଭାରେ ମଧ୍ୟ ବିରୋଧୀ ଦଳର ନେତା ଭାବେ ନିଜର ଅସ୍ତିତ୍ୱ ହରାଇବ କି। ସୂଚନାଯୋଗ୍ୟ, ଗୃହରେ ସରକାରଙ୍କ ସମ୍ମୁଖରେ ଅନେକ ବିରୋଧୀ ଦଳ ରହିଥାନ୍ତି। କିନ୍ତୁ ଆନୁଷ୍ଠାନିକ ଭାବେ ସେହି ଦଳକୁ ହିଁ ବିରୋଧୀ ଦଳର ନେତା ହେବାକୁ ସୁଯୋଗ ମିଳିଥାଏ, ଯାହା ନିକଟରେ ଅତିକମ୍‌ରେ ୧୦ପ୍ରତିଶତ ଆସନ ରହିଥାଏ। ତେବେ ଗତ ୨ଟି ନିର୍ବାଚନ ପରଠାରୁ କଂଗ୍ରେସ ନିକଟରେ ପର୍ଯ୍ୟାପ୍ତ ଆସନ ନାହିଁ। ଯାହା ଦ୍ୱାରା ଦଳ ଆନୁଷ୍ଠାନିକ ଭାବେ ନିଜର ବିରୋଧୀ ଦଳର ନେତା ଦେବାରେ ଅସକ୍ଷମ। ଏଥିସହ ଚଳିତ ବର୍ଷ ଶେଷ ସୁଦ୍ଧା ଦେଶର ୭୫ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ବର୍ତ୍ତମାନ କଂଗ୍ରେସରେ ୩୪ଜଣ ସଦସ୍ୟ ଅଛନ୍ତି। ଯଦି ରାଜ୍ୟ ସଭାରେ କଂଗ୍ରେସ ସଦସ୍ୟଙ୍କ ସଂଖ୍ୟା ୨୫କୁ ଖସିଯାଏ, ତେବେ ଦଳକୁ ବିରୋଧୀ ପଦବୀ ହରାଇବାକୁ ପଡ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri