Posted inଜାତୀୟ

Rajya Sabha election: ସଙ୍କଟରେ ହିମାଚଳ ସରକାର, କଂଗ୍ରେସ ବିିଧାୟକ କଲେ କ୍ରସ୍‌ ଭୋଟିଂ

ନୂଆଦିଲ୍ଲୀ,୨୭।୨ : ଉତ୍ତରପ୍ରଦେଶ, କର୍ନାଟକ ଏବଂ ହିମାଚଳପ୍ରଦେଶରୁ ମୋଟ ୧୫ ଆସନ ପାଇଁ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କର୍ନାଟକରେ କଂଗ୍ରେସ ୩ଟି ରାଜ୍ୟ ସଭା ଆସନରେ ବିଜୟୀ ହୋଇଛି। ଅନ୍ୟପଟେ ଭାଜପା ମାତ୍ର ଗୋଟିଏ ଆସନ ପାଇଛି। ଦକ୍ଷିଣୀ ରାଜ୍ୟରେ ଭାଜପା ପ୍ରାର୍ଥୀ ନିଜ ଦଳକୁ ଧୋକା ଦେଇ କଂଗ୍ରେସ ସପକ୍ଷରେ ଭୋଟ କରିଛନ୍ତି। କ୍ରସଂ ଭୋଟିଂ ହୋଇ ସୁଦ୍ଧା ଭାଜପା ରାଜ୍ୟରେ ଗୋଟିଏ ଆସନ ଜିତିବାରେ ସଫଳ ହୋଇଛି। ଏଥିରେ କଂଗ୍ରେସ ମାକେନ ୪୭ ଭୋଟ, ନାସିର ହୁସେନ ଓ ଜିସି ଚନ୍ଦ୍ରଶେଖର ଉଭୟ ୪୬ଟି ଲେଖାଏ ଭୋଟ ପାଇ ବିଜୟୀ ହୋଇଛନ୍ତି । ଭାଜପାର ନାରାୟଣ ରାଣେ ଗୋଟିଏ ଆସନରେ ବିଜୟୀ ହୋଇଛନ୍ତି। କର୍ନାଟକରେ ଭାଜପା ବିଧାୟକ ଏସ ସୋମଶେକର କଂଗ୍ରେସ ପ୍ରାର୍ଥୀ ଅଜୟ ମାକେନଙ୍କୁ ଭୋଟ ଦେଇଥିଲେ । ସେହିପରି ଅନ୍ୟ ବିଧାୟକ ଅର୍ବାଇଲ ଶିଭରାମ ହେବର ଭୋଟିଂରୁ ବିରତ ରହିଥିଲେ।

ଉତ୍ତରପ୍ରଦେଶର ୧୦ଟି ଆସନରୁ ଭାଜପା ୮ଟିରେ ବିଜୟୀ ହୋଇଥିବାବେଳେ ସମାଜବାଦୀ ପାର୍ଟିକୁ ୨ଟି ଆସନ ମିଳିଛି। ରାଜ୍ୟରେ ୧୦ ଆସନ ପାଇଁ ୧୧ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ।

ଅନ୍ୟପକ୍ଷରେ ହିମାଚଳପ୍ରଦେଶରେ ସଂଖ୍ୟାଗରିଷ୍ଠତା ସତ୍ତ୍ୱେ କଂଗ୍ରେସ ପ୍ରାର୍ଥୀ ହାରିଯାଇଛନ୍ତି। ସେଠାରେ କଂଗ୍ରେସ ବିଧାୟକଙ୍କ କ୍ରସ୍‌ ଭୋଟିଂ ଯୋଗୁ ଭାଜପା ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସେହିପରି ହିମାଚଳପ୍ରଦେଶର ଗୋଟିଏ ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ପ୍ରାର୍ଥୀ ହର୍ଷ ମହାଜନ ବିଜୟୀ ହୋଇଛନ୍ତି। ସଂଖ୍ୟାଗରିଷ୍ଠତା ଥିବା ସତ୍ତ୍ୱେ କଂଗ୍ରେସ ପ୍ରାର୍ଥୀ ଅଭିଷେକ ମନୁ ସିଂଘଭି ହାରିଯାଇଛନ୍ତି। ଉଭୟ ପ୍ରାର୍ଥୀ ୩୪ଟି ଲେଖାଏଁ ଭୋଟ ପାଇଥିବାବେଳେ ଧର୍ମଗୁଳା ଜରିଆରେ ଭାଜପା ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରାଯାଇଛି। ୬୮ ସଦସ୍ୟ ବିଶିଷ୍ଟ ହିମାଚଳ ପ୍ରଦେଶ ବିଧାନସଭାରେ କଂଗ୍ରେସର ୪୦ ବିଧାୟକ ଥିବାବେଳେ ଭାଜପାର ୨୫ ସଦସ୍ୟ ରହିଛନ୍ତି। ଏହା ସତ୍ତ୍ୱେ ଭାଜପା ପ୍ରାର୍ଥୀ ବିଜୟୀ ହେବା କଂଗ୍ରେସକୁ ବଡ଼ ଧକ୍କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri