ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ ରାଜ୍ୟ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ବିଜୟ ପରେ ରାୟ ନିଜର ପ୍ରତିକ୍ରିୟା ରଖିବା ସହ ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ବିଜୟ ପରେ ଦିଲ୍ଲୀପ ରାୟ କହିଛନ୍ତି ଯେ, ଏହି ବିଜୟ କେବଳ ତାଙ୍କର ନୁହେଁ, ବରଂ ଏହା ରାଜନୈତିକ ସୀମା ବାହାରେ ସମସ୍ତ ବିଧାୟକଙ୍କ ଭରସା ଓ ସଦିଚ୍ଛାର ପ୍ରତିଫଳନ। ସେ ଭାଜପା ବିଧାୟକଙ୍କ ଅକୁଣ୍ଠ ସମର୍ଥନ ପାଇଁ ଧନ୍ୟବାଦ ଦେବା ସହ ବିଜେଡି, କଂଗ୍ରେସ ଏବଂ ସ୍ୱାଧୀନ ବିଧାୟକ ଯେଉଁମାନେ ତାଙ୍କୁ ସମର୍ଥନର ହାତ ବଢ଼ାଇଛନ୍ତି, ସେମାନଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି।

ଦିଲ୍ଲୀପ କହିଛନ୍ତି, “ଏଭଳି ମୁହୂର୍ତ୍ତ ଆମ ଗଣତନ୍ତ୍ରର ପ୍ରକୃତ ଶକ୍ତିକୁ ପ୍ରଦର୍ଶିତ କରେ, ଯେଉଁଠି ରାଜ୍ୟ ଓ ଜନସାଧାରଣଙ୍କ ବୃହତ୍ତର ସ୍ୱାର୍ଥ ସମସ୍ତଙ୍କୁ ଏକାଠି କରିଥାଏ। ମୁଁ ଏହି ଦାୟିତ୍ୱକୁ ଅତ୍ୟନ୍ତ ନମ୍ରତାର ସହ ଗ୍ରହଣ କରୁଛି।”

ରାଜ୍ୟସଭାରେ ଓଡ଼ିଶାବାସୀଙ୍କ ଆଶା ଓ ଆକାଂକ୍ଷାର ପ୍ରତିନିଧିତ୍ୱ କରିବା ସହ ରାଜ୍ୟ ତଥା ଦେଶର ପ୍ରଗତି ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଶେଷରେ “ଜୟ ଜଗନ୍ନାଥ” କହି ସେ ନିଜ ଉପରେ ଆସ୍ଥା ପ୍ରକଟ କରିଥିବା ସମସ୍ତଙ୍କୁ ହାତଯୋଡ଼ି ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?