Posted inଜାତୀୟ

୩୧ରେ ୧୩ ରାଜ୍ୟ ସଭା ଆସନ ଲାଗି ଭୋଟ

ନୂଆଦିଲ୍ଲୀ,୮।୩: ଆସନ୍ତା ଏପ୍ରିଲରେ ୬ ରାଜ୍ୟରୁ ୧୩ ରାଜ୍ୟ ସଭା ଆସନ ଖାଲି ହେବାକୁ ଥିବାବେଳେ ଏଥିପାର୍ଇ ମାର୍ଚ୍ଚ ୩୧ରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ଏ.କେ. ଆଣ୍ଟୋନି ଏବଂ ଆନନ୍ଦ ଶର୍ମାଙ୍କ କାର୍ଯ୍ୟକାଳ ଏପ୍ରିଲରେ ଶେଷ ହେଉଛି। ଆସାମରେ ୨ ଆସନ, କେରଳରେ ୩ ଆସନ, ହିମାଚଳପ୍ରଦେଶ, ନାଗାଲାଣ୍ଡ ଏବଂ ତ୍ରିପୁରାରେ ଗୋଟିଏ ଲେଖାଏ ଆସନ ଏପ୍ରିଲ ୨ରେ ଖାଲି ହେବାକୁ ଥିବାବେଳେ ଏପ୍ରିଲ ୯ରେ ପଞ୍ଜାବର ୫ ସଦସ୍ୟ ଅବସର ନେବେ। ତେବେ ପଞ୍ଜାବର ୫ ଆସନ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଟି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ ଦୁଇଟି ପାଇଁ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନ କହିଛନ୍ତି। ମାର୍ଚ୍ଚ ୩୧ ତାରିଖ ନିର୍ବାଚନ ପାଇଁ ୧୪ରେ ବିଜ୍ଞପ୍ତି ଜାରି ହେବ। ଭୋଟ ଦିନ ୫ଟା ପରେ ଗଣତି କରାଯାଇ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ସଭା କାର୍ଯ୍ୟକାଳ ଶେଷ ହେଉଥିବା ଅନ୍ୟ ପ୍ରମୁଖ ନେତାଙ୍କ ମଧ୍ୟରେ ଅଛନ୍ତି ପ୍ରତାପ ସିଂ ବାଜ୍‌ଓ୍ବା ଏବଂ ନରେଶ ଗୁଜରାଲ (ପଞ୍ଜାବ)। ପଞ୍ଜାବରୁ ରାଜ୍ୟ ସଭା ଲାଗି ପ୍ରତିନିଧିତ୍ୱ ଚଳିତ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ନିର୍ଭର କରିବ। ଫେବୃୟାରୀ ୨୦ରେ ପଞ୍ଜାବରେ ନିର୍ବାଚନ ହୋଇଥିବାବେଳେ ଆସନ୍ତା୧୦ରେ ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri