ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି । ସର୍ବାଧିକ ଭୋଟ ସହ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ କୁମାର ମଧ୍ୟ ବିଜୟୀ ହୋଇଛନ୍ତି। ସେହିପରି ବିଜେଡିର ସଂତୃପ୍ତ ମିଶ୍ର ଜିତିଛନ୍ତି। ନିର୍ବାଚନରେ ଭାଜପା ଦିଲ୍ଲୀପ ରାୟଙ୍କୁ ପୂର୍ଣ୍ଣ ସମର୍ଥନ ଜଣାଇଥିଲା । ନିର୍ବାଚନରେ ବିଜେଡି କଂଗ୍ରେସର କମନ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ପରାସ୍ତ ହୋଇଛନ୍ତି ।

ସେପଟେ ରାଜ୍ୟ ସଭା ନିର୍ବାଚନରେ ବିଜୟ ପରେ ମନମୋହନ ସାମଲ ଓ ସୁଜିତ୍‌ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଇତିହାସରେ ସ୍ମରଣୀୟ ଦିନ । ଭାଜପା ଓ ଭାଜପା ସମର୍ଥିତ ପ୍ରାର୍ଥୀଙ୍କ ପ୍ରଚଣ୍ଡ ବିଜୟ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମାର୍ଗଦର୍ଶନର ପ୍ରତିଫଳନ ହୋଇଛି।

ରେଜଲ୍ଟ ଆସିବା ପୂର୍ବରୁ ଦିଲ୍ଲୀପ ରାୟଙ୍କ ସମର୍ଥକଙ୍କ ଭିତରେ ସେଲିବ୍ରେଶନ ଆରମ୍ଭ ହୋଇଯାଇଥିଲା। ସେ ଜିତିବେ ବୋଲି ଏକ ପ୍ରକାର ନିଶ୍ଚିତ ଥିଲେ । ଅନ୍ୟପଟେ, ବିଜେଡିରୁ ୮ କ୍ରସ୍‌ ଭୋଟିଂ ହୋଇଥିବା କହିଛନ୍ତି ପ୍ରତାପ ଦେବ। ଚକ୍ରମଣି, ସୁବାସିନୀ, ସୌଭିକ, ନବ ମଲ୍ଲିକ କ୍ରସ୍‌ ଭୋଟିଂ କରିଛନ୍ତି। ସେହିପରି ରମାକାନ୍ତ ଭୋଇ, ଦେବୀରଞ୍ଜନ ତ୍ରିପାଠୀ, ନିଲମ୍ବିତ ସନା ମହାକୁଡ଼, ଅରବିନ୍ଦ ମହାପାତ୍ର ମଧ୍ୟ କ୍ରସ୍‌ ଭୋଟିଂ କରିଥିବା ନେଇ ସେ ଗଣମାଧ୍ୟମ ଆଗରେ କହିଛନ୍ତି। ଦଳ ଭିତରେ ଜଣଙ୍କ ପରେ ଜଣେ ବିଧାୟକ କ୍ରସ୍‌ ଭୋଟିଂ କରିବେ, ଏକଥା ସୁପ୍ରିମୋ ନବୀନଙ୍କ ଧାରଣା ବାହାରେ ଥିଲା । କିନ୍ତୁ ଆଶ୍ଚର୍ଯ୍ୟର କଥା ଭୋଟ ଦେବା ପରେ ଖୋଲାଖୋଲି କ୍ରସଭୋଟିଂ କଥା ସ୍ବୀକାର କରିଥିଲେ ଦୁଇ ଯୁବ ବିଧାୟକ ସୌଭିକ ବିଶ୍ବାଳ ଓ ଦେବୀରଞ୍ଜନ ତ୍ରିପାଠୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?