ଆଦିବାସୀ ଭବନର ଭିତ୍ତି ପ୍ରସ୍ତର ସ୍ଥାପନ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଜ୍ୟ ସଭା ଏମ୍‌ପି

ପାଟଣାଗଡ, ୩୦।୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ବ୍ଲକ ମୁଣ୍ଡାପଲା ଗାଁରେ ଅଖିଳ ଭାରତୀୟ ଗଣ୍ଡାୱାନ (ଗଣ୍ଡ) ସମାଜର ଆଦିବାସୀ ଭବନର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି । ଏହି ଆଦିବାସୀ ଭବନଟି ଏମପି ଲାଣ୍ଡ ରାଜ୍ୟ ସଭା ଏମ୍‌ପି ପାଣ୍ଠିରୁ ୪ ଲକ୍ଷ ଟଙ୍କା ବିନିମୟରେ ନିର୍ମାଣ ହେବ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି ଯୋଗଦେଇଥିଲେ। ଏହି ଆଦିବାସୀ ଭବନଟି ନିର୍ମାଣ ହେଲେ ସମସ୍ତଙ୍କ ପାଇଁ ସୁବିଧା ଓ ଭଲ ହେବବୋଲି ସମାଜର କର୍ମକର୍ତ୍ତାମାନେ କହିଛନ୍ତି । କାର୍ଯ୍ୟକ୍ରମରେ ମୁଣ୍ଡାପଲା ସର୍କଲ ସଭାପତି ଗୁଲେଖ ଧରୁଆ ଓ ସମ୍ପାଦକ ତପି କୁମୁରା , ଚମ୍ପେଶ୍ୱର ଧରୁଆ , ଧନଜୟ ଭୋଇ , ଭୀଷ୍ମ ମଲ୍ଲିକ , ଚନ୍ଦ୍ର ସଲତର , ରଘୁନାଥ ମଲ୍ଲିକ ଙ୍କ ସମେତ ସମାଜର ସମସ୍ତ କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri