ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର । ଆଜି ନୂଆବର୍ଷ ଉପଲକ୍ଷେ ମାଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ଭିଡ ଜମିଥିଲା । ପୂଜା କମିଟି ସଭାପତି ଦୟାନନ୍ଦ ରେଡ଼ି, ସମ୍ପାଦକ ବିମଳ ପଣ୍ଡା, ଅନ୍ୟ ସଦସ୍ୟମାନଙ୍କ ମଧ୍ୟ୍ୟରେ ମନୋଜ ମିଶ୍ର, ସୁଧୀର ମହାରଣା, ଶଙ୍କର ଚର୍ତ୍ତୀ, ଗୋପାଳ ନାୟକ, ରାଜୁ ବେହେରାଙ୍କ ସହଯୋଗରେ ଭକ୍ତ ମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଧାଡି ଦର୍ଶନ କରାଯାଇଥିଲା । ବର୍ଷ ତମାମ ପୀଠର ଟ୍ରଷ୍ଟ ଓ କମିଟି ତରଫରୁ ଜିଲ୍ଲା ପ୍ରଶାସନର ସହଯୋଗରେ ବିଭିନ୍ନ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉଥିବାରୁ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଜମିଥାଏ ।

ଆଗକୁ ମାଁ ରାମଚଣ୍ଡୀଙ୍କ ଫାଲ୍ଗୁନ ପର୍ବ ଥିବାରୁ କମିଟି ଓ ଜିଲ୍ଲା ପ୍ରଶାସନ ମଧ୍ୟ ସଜାଗ ହେଉଥିବା ବେଳେ ଏହି ପୀଠର ଲକ୍ଷାଧିକ ଭକ୍ତ ମାନଙ୍କ ଅସୁବିଧାକୁ ଆଖିଆଗରେ ରଖ୍ ଟ୍ରଷ୍ଟ ତରଫରୁ ଆଗରୁ ଅନୁରୋଧ କରାଯାଇଥିଲା । ଏହାର ସ୍ୱୀକୃତି ପୂର୍ବକ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶାର ରାଜ୍ୟସଭା ସାଂସଦ ମୁଜୀବୁଲା ଖାନ (ମୁନା ଖାନ) ସାଂସଦ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅର୍ଥରାଶି ମନ୍ଦିର ଉନ୍ନତି ସକାସେ ଦେଇ ସମାଜକୁ ଏକ ଭାଇଚାରାର ସମ୍ବାଦ ଦେଇଛନ୍ତି ।

ଏହାର ପତ୍ର ପାଇଲା ପରେ କରପଡା ସରପଞ୍ଚ ଅଜୟ ନାୟକ, ପୂଜା କମିଟି ସଭାପତି ଦୟାନନ୍ଦ ରେଡ୍ଡୀ, ପରିଚାଳନା କମିଟି ସଭାପତି ପ୍ରଶାନ୍ତ ନାୟକ, କମିଟି ଉପଦେଷ୍ଟା ତ୍ରିପତି ବାଲାଜୀ ପଞ୍ଚାୟତ ବାସି, ମାଁ ରାମଚଣ୍ଡୀ ଟ୍ରଷ୍ଟ ଓ ଅଗଣିତ ଭକ୍ତମାନଙ୍କ ତରଫରୁ ପ୍ରଶଂସାର ସୁଅ ଛୁଟିବା ସହିତ ମାନ୍ୟବର ସାଂସଦ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?