Posted inଜାତୀୟ

ରାଜ୍ୟ ସଭାରେ ୩ ଆପରାଧିକ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୧ା୧୨: ଆପରାଧିକ ଆଇନ ସଂଶୋଧନ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ଏହା ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ବିରୋଧୀ ଏମ୍‌ପିମାନଙ୍କ ଅନୁପସ୍ଥିତରେ ଉଚ୍ଚ ସଦନରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ବିଲ୍‌ ଧ୍ୱନିମତରେ ପାରିତ ହୋଇଯାଇଛି। ବିଲ୍‌ ଆଇନରେ ପରିଣତ ହେବା ପରେ ଉପନିବେଶୀୟ ଯୁଗର ଆପରାଧିକ ଆଇନ ଇଣ୍ଡିଆନ ପେନାଲ କୋଡ୍‌ (ଆଇପିସି), କୋଡ୍‌ ଅଫ୍‌ କ୍ରିମିନିାଲ ପୋସିଜିଓର ଏବଂ ଇଣ୍ଡିଆନ୍‌ ଏଭିଡେନ୍ସ ଆକ୍ଟ ସ୍ଥାନରେ କାର୍ଯ୍ୟକାରୀ ହେବ। ଏଥିରେ ଭିଡ଼ହିଂସା, ଆତଙ୍କବାଦ ଏବଂ ଜାତୀୟ ସୁରକ୍ଷା ପ୍ରତି ଅପରାଧ ଭଳି ଅପରାଧରେ ଦଣ୍ଡକୁ ବଢ଼ାଇ ଦିଆଯାଇଛି। ନୂଆ ଆପରାଧିକ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ଆମ ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସ’ରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri