ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ତେବେ ଏହାରି ମଧ୍ୟରେ ରାଜ୍ୟ ସଭା ନିର୍ବାଚନକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି କହିଛନ୍ତି, ଭାଜପା ଘୋଡ଼ା ବେପାର କରୁଛି। ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏହା ଏକ ଅପରାଧ ବୋଲି ନବୀନ କହିଛନ୍ତି।

ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା ନିର୍ବାଚନ ପରିଚାଳନା ଉପରେ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେବେ। ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ।

ରାଜ୍ୟ ସଭା ନିର୍ବାଚନ ମାର୍ଚ୍ଚ ୧୬ରେ ଅନୁଷ୍ଠିତ ହେବ। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ନିଜ ୮ ବିଧାୟକଙ୍କୁ ନେଇ ବେଙ୍ଗାଲୁରୁ ଚାଲି ଯାଇଛନ୍ତି। ମାତ୍ର ବାକି ୬ ଜଣ ବିଧାୟକ ଓଡ଼ିଶାରେ ଅଛନ୍ତି। ସେମାନେ ହେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଧାୟକ ତାରାପ୍ରସାଦ ବାହିନୀପତି, ରମେଶ ଜେନା, ସାଗର ଦାସ, ଦାଶରଥି ଗମାଙ୍ଗ ଏବଂ ସୋଫିଆ ଫିର୍ଦ୍ଦୋସ ଓଡ଼ିଶାରେ ଅଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ବିଧାୟକ ଦାଶରଥି ଗମାଙ୍ଗ କଂଗ୍ରେସର କୌଣସି ନେତାଙ୍କୁ ଧରାଛୁଆଁ ଦେଉନାହାନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା।…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri