ରାକେଶ ଶର୍ମା ଆଇଏନ୍‌ଏସ୍‌ର ସଭାପତି

ନୂଆଦିଲ୍ଲୀ,୨।୧୦: ଦେଶର ପ୍ରମୁଖ ସଙ୍ଗଠନ (ଆପେକ୍ସ ବଡି ଅଫ୍‌ ନ୍ୟୁଜପେପର, ମାଗାଜିନ୍‌ସ ଏବଂ ପିରିଓଡିକାଲ୍‌ସ) ଦି ଇଣ୍ଡିଆନ ନ୍ୟୁଜପେପର ସୋସାଇଟି (ଆଇଏନ୍‌ଏସ୍‌) ର ନୂତନ ସଭାପତି ଭାବେ ବରିଷ୍ଠ ସାମ୍ବାଦିକ ତଥା ସଂଗଠକ ରାକେଶ ଶର୍ମା (ଆଜ ସମାଜ) ୨୦୨୩-୨୪ ବର୍ଷ ପାଇଁ ନବ ନିର୍ବାଚିତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଆଇଏନ୍‌ଏସ୍‌ର ୮୪ତମ ବାର୍ଷିକ ସାଧାରଣ ବୈଠକ (ଆନୁଆଲ ଜେନେରାଲ ମିଟିଂ ବା ଏଜିଏମ) ଭିସି ଜରିଆରେ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ବୈଠକରେ ସଙ୍ଗଠନର ବାର୍ଷିକ କାର୍ଯ୍ୟକ୍ରମ ଓ ବିଷୟ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ପରିଶେଷରେ ୨୦୨୩-୨୪ ବର୍ଷ ପାଇଁ ଏକ ନୂତନ କମିଟି ସର୍ବସମ୍ମତିରେ ଗଠନ କରାଯାଇଥିଲା। ଉକ୍ତ କିମିଟରେ ରାକେଶ ଶର୍ମା (ଆଜ ସମାଜ) ସଭାପତି ଭାବେ ନିର୍ବାଚିତ ହୋଇଥିଲାବେଳେ ଏମ. ଭି. ଶ୍ରେୟମାସ କୁମାର (ମାତୃଭୂମି) ଡେପୁଟି ପ୍ରେସିଡେଣ୍ଟ ହୋଇଛନ୍ତି। ସେହିଭଳି ବିବେକ ଗୁପ୍ତା (ସନମାର୍ଗ) ଭାଇସ ପ୍ରେସିଡେଣ୍ଟ ହୋଇଥିବାବେଳେ ତନ୍ମୟ ମାହେଶ୍ୱରୀ (ଅମର ଉଜାଲା) ଅନରାରୀ ଟ୍ରେଜରର ଭାବେ ୨୦୨୩-୨୪ ବର୍ଷ ପାଇଁ ନବନିର୍ବାଚିତ ହୋଇଛନ୍ତି।

ଅପରପକ୍ଷରେ ଆଇଏନ୍‌ଏସ୍‌ର ସାଧାରଣ ସମ୍ପାଦକ ଭାବେ ମୟୂର ପାଲ ନିର୍ବାଚିତ ହୋଇଥିଲାବେଳେ ଏକ ୪୧ ଜଣିଆ ଆଇଏନ୍‌ଏସ୍‌ ଇସି ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଆଇଏନ୍‌ଏସ୍‌ର ପୂର୍ବତନ ସଭାପତି କେ. ରାଜା ପ୍ରସାଦ ରେଡ୍ଡୀ (ସାକ୍ଷୀ)ଙ୍କ ସ୍ଥାନରେ ରାକେଶ ଶର୍ମା ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ରାକେଶ ଶର୍ମା ଆଇଏନ୍‌ଏସ୍‌ର ଡେପୁଟି ପ୍ରେସିଡେଣ୍ଟ ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri