Posted inଜାତୀୟ

ଚିନି ମିଲ ଉଦ୍‌ଘାଟନ ପାଇଁ ଆସିଲେ ଅଜୟ ମିଶ୍ରାଙ୍କୁ କରାଯିବ ବିରୋଧ: ଟିକାଏତ

ଲଖିମପୁର,୨୩ ।୧୧: କେନ୍ଦ୍ର ସରକାର ୩ କୃଷି ଆଇନକୁ ପ୍ରତ୍ୟାହର କରିନେବା ପରେ ଏବେ କେନ୍ଦ୍ର ଗୃହରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ରା ‘ଟେନି’ଙ୍କୁ ଗିରଫ କରିବାକୁ ଦାବି କରାଯାଉଛି । ଭାରତୀୟ କୃଷକ ୟୁନିୟନର ପ୍ରବକ୍ତା ରାକେଶ ଟିକାଏତ କହିଛନ୍ତି, ଯଦି ଅଜୟ ମିଶ୍ରା ଲଖିମପୁରରେ ଚିନି ମିଲ ଉଦ୍‌ଘାଟନ କରିବାକୁ ଆସନ୍ତି ତେବେ ତାଙ୍କୁ ବିରୋଧ କରାଯିବ । କେବଳ ଯେ ତାଙ୍କୁ ବିରୋଧ କରାଯିବ ତା’ନୁହେଁ କେହି ଚାଷୀ ଉକ୍ତ ମିଲରେ ଆଖୁ ନ ଦେଇ ଜିଲା ଅଧିକାରୀଙ୍କ କାର୍ଯ୍ୟାଳୟକୁ ନେଇଯିବେ । ସେଥିରେ ଯେତେ ପରିମାଣର କ୍ଷତି ହେଉନା କାହିଁକି ସେଥିପ୍ରତି ଦୃଷ୍ଟି ଦିଆଯିବ ନାହିଁ । ସୂଚନାଯୋଗ୍ୟ, ଲଖିମପୁରରେ ଏକ ଚିନି ମିଲ୍ ଉଦ୍‌ଘାଟନ ପାଇଁ ଅଜୟ ମିଶ୍ରା ସେଠାକୁ ଆସିବାର କାର୍ଯ୍ୟକ୍ରମ ରହିଛି ।
ଲଖିମପୁର ଖେରିରେ ଅକ୍ଟୋବର ୩ରେ କୃଷକମାନେ ଆନ୍ଦୋଳନ କରୁଥିବା ବେଳେ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରା ସେମାନଙ୍କ ଉପରେ ଗାଡି ମଡାଇ ଦେବାରୁ ୪ ଜଣ କୃଷକଙ୍କ ମୃତ୍ୟୁ ହୋଇଥିଲା । ଏହାକୁ ନେଇ ଆଶିଷ ଗିରଫ ହୋଇଥିଲେ ବି ଅଜୟ ମିଶ୍ରାଙ୍କୁ ଗିରଫ ଦାବି କରିଛି କୃଷକ ସଙ୍ଗଠନ । ଏମିତିକି ରାକେଶ ଟିକାଏତ କହିଛନ୍ତି କଶ୍ମୀରର ଆତଙ୍କବାଦୀ ଯଦି ଲକ୍ଷ୍ନୌ ଜେଲରେ ବନ୍ଦ ହୋଇ ପାରୁଛନ୍ତି ତେବେ ଅଜୟ ମିଶ୍ରା ବି ଜଣେ ଆତଙ୍କବାଦୀ, ତାଙ୍କୁ ଗିରଫ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri