Posted inଜାତୀୟ

ଗାଜିପୁର ବର୍ଡରରେ ରାକେଶ ଟିକାଏତ ଗିରଫ, ବିକେୟୁ ସଦସ୍ୟଙ୍କୁ ସତର୍କ ରହିବାକୁ ସୂଚନା…

ନୂଆଦିଲ୍ଲୀ, ୨୧।୮ : ଦିଲ୍ଲୀର ଗାଜିପୁର ବର୍ଡରରେ ଭାରତୀୟ କିଷାନ ୟୁନିଅନ(ବିକେୟୁ)ର ଜାତୀୟ ମୁଖପାତ୍ର ଚୌଧୁରୀ ରାକେଶ ଟିକାଏତଙ୍କୁ ଗିରଫ କରାଯାଇଛି। ତାଙ୍କ ଗିରଫ ହେବା ପରେ ସମସ୍ତ ବିକେୟୁ ସଦସ୍ୟଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି।

ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ଦିଲ୍ଲୀର ଗାଜିପୁର ବର୍ଡରରୁ ଟିକାଏତଙ୍କୁ ଗିରଫ କରାଯାଇଛି। ତାଙ୍କୁ ପୋଲିସ ଷ୍ଟେଶନରେ ରଖାଯାଇଛି। ଏଥି ସହିତ ପଶ୍ଚିମ ଉତ୍ତରପ୍ରଦେଶରେ ଏହାକୁ ନେଇ ବିକେୟୁ ସଦସ୍ୟଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।

କୌଣସି କାର୍ଯ୍ୟକର୍ତ୍ତାଙ୍କୁ ତାଙ୍କ ସହ ଯୋଗାଯୋଗ କରିବାକୁ ଦିଆଯାଉ ନାହିଁ ବୋଲି ଟିକାଏତ କହିଛନ୍ତି। ଟିକାଏତଙ୍କ ସହ ଅନ୍ୟ କେତେକ ବିକେୟୁ ସଦସ୍ୟଙ୍କୁ ମଧ୍ୟ ପୋଲିସ ଷ୍ଟେଶନରେ ଅଟକ ରଖାଯାଇଛି। ଏହା କୁହାଯାଇଛି ଯେ ଟିକାଏତ ବେକାରୀମାନଙ୍କ ଧାରଣାରେ ଯୋଗଦେବା ପାଇଁ ଜନ୍ତର ମନ୍ତର ରେ ଯାଇଥିଲେ। ଏହି ସମୟ ରେ ତାଙ୍କୁ ବାଟରେ ଗିରଫ କରାଯାଇଥିଲା।

ଏହି ଖବରକୁ ନିଶ୍ଚିତ କରିବା ସହିତ ମୁଜାଫରନଗରରେ ବିକେୟୁ ଜିଲା ଅଧ୍ୟକ୍ଷ ଯୋଗେଶ ଶର୍ମା କହିଛନ୍ତି ଯେ ଦିଲ୍ଲୀ ପୋଲିସ ଟିକାଏତଙ୍କୁ ଗିରଫ କରିଛି। ଏଥି ସହିତ, ପଶ୍ଚିମ ଉତ୍ତରପ୍ରଦେଶର ସଂଗଠନର ସମସ୍ତ ସଦସ୍ୟଙ୍କୁ ଯେ କୌଣସି ଅଗ୍ରୀମ ଆଦେଶ ପାଳନ କରିବାକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?