Posted inଖେଳ

ରାକେଶଙ୍କୁ ଲୋନ୍‌ରେ ଆଣିଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୧୯।୧(କ୍ରୀଡ଼ା ପ୍ରତିନିଧି)-ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ସଂଘର୍ଷ କରୁଥିବା ଓଡ଼ିଶା ଏଫ୍‌ସି ନର୍ଥଇଷ୍ଟ ୟୁନାଇଟେଡ ଡିଫେଣ୍ଡର ରାକେଶ ପ୍ରଧାନଙ୍କୁ ଲୋନ୍‌ରେ ଆଣିଛି। ପୂର୍ବରୁ ଶିଲଂ ଲାଜଂ ପକ୍ଷରୁ ଖେଳିବାର ଅଭିଜ୍ଞତା ରଖିଥିବା ରାକେଶଙ୍କ ସହିତ ଚଳିତ ସିଜନ ଶେଷ ପର୍ଯ୍ୟନ୍ତ ଚୁକ୍ତି କରିଛି ଭୁବନେଶ୍ୱରଭିତ୍ତିକ ଏହି ଦଳ। ୨୦୧୭-୧୮ ସିଜନରେ ଶିଲଂ ଲାଜଂ ଦଳରେ ଖେଳି କ୍ୟାରିୟର ଆରମ୍ଭ କରିଥିବା ରାକେଶ ଆଇଏସ୍‌ଏଲ୍‌ର ୬ଷ୍ଠ ସଂସ୍କରଣରେ ନର୍ଥଇଷ୍ଟ ସହିତ ଚୁକ୍ତିବଦ୍ଧ ହୋଇ ୧୫ଟି ମ୍ୟାଚ ଖେଳିଥିଲେ। ଏବେ ସେ ଓଡ଼ିଶା ଏଫ୍‌ସି ପକ୍ଷରୁ ଖେଳିବେ। ରାକେଶଙ୍କୁ ସ୍ବାଗତ କରିଛନ୍ତି କୋଚ୍‌ ଷ୍ଟୁଆର୍ଟ ବକ୍ସଟର। ସ୍ବାଭାବିକ ଭାବେ ବାମ ପଟ (ଲେଫ୍ଟ ଫୁଟ୍‌)ରେ ଖେଳୁଥିବା ରାକେଶଙ୍କ ଅଭିଜ୍ଞତା ଓଡ଼ିଶା ଦଳ ପାଇଁ ବିଶେଷ ସହାୟକ ହେବ ବୋଲି ସେ ଆଶାପ୍ରକାଶ କରିଛନ୍ତି। ରାକେଶ ମଧ୍ୟ ଓଡ଼ିଶା ଏଫ୍‌ସିରେ ଯୋଗଦେବାରେ ଖୁସି ଜାହିର କରିଛନ୍ତି। ଦଳର ଅବଶିଷ୍ଟ ମ୍ୟାଚଗୁଡ଼ିକରେ ଶ୍ରେଷ୍ଠ ପ୍ରଦର୍ଶନ ଦେବାକୁ ସେ ଚେଷ୍ଟା କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri