ରାଖୀରେ ଅଘଟଣ: ଭଉଣୀଙ୍କୁ ଛୁରି ଭୁଶିଲେ ଭାଇ

ବ୍ରହ୍ମପୁର,୧୯।୮ (ସୁବାସ ଚନ୍ଦ୍ର ପାଢ଼ୀ): ପବିତ୍ର ରାଖୀ ପୂର୍ଣ୍ଣିମାରେ ଭାଇ ହାତରେ ଉଉଣୀ ରାଖୀ ବାନ୍ଧି ତା’ ମଙ୍ଗଳ ମନାସି ଥାଏ। ଭାଇ ମଧ୍ୟ ଭଉଣୀକୁ ସୁରକ୍ଷା ଦେବା ପାଇଁ ଶପଥ କରେ। କିନ୍ତୁ ଆଜି ଭଳି ଦିନରେ ଜଣେ ଭାଇ ଭଉଣୀର ଜୀବନ ନେଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ।
ମୃତକ ଜଣଙ୍କ ହେଲେ ପ୍ରଜକ୍ତା ପାଣିଗ୍ରାହୀ(୧୩)। ତାଙ୍କ ନିଜ ଘର ନୀମଖଣ୍ଡି ଲୋଚପଡା ଅଞ୍ଚଳରେ। ପରିବାରରେ ଆତଙ୍କର ଛାୟା ଖେଳିଯାଇଛି। ସୋମବାର ବଡ଼ ବଜାର ଥାନା ଜଗନ୍ନାଥ ବିହାର ୭ମ ଲେନସ୍ଥିତ ତାଙ୍କ ବଡ ବାପା ଘରେ ଅନୁଷ୍ଠିତ ଶ୍ରାଦ୍ଧ ଉତ୍ସକୁ ଯାଇଥିଲେ। ସେଠାରେ ଶ୍ରାଦ୍ଧ ସହ ସେ ରାକ୍ଷୀ ବନ୍ଧନ କରିଥିଲେ। ଏହି ସମୟରେ ପରିବାର ଲୋକେ ତଳେ ଥିବା ବେଳେ ଉପରେ ପିଲା ମାନେ ଖେଳୁଥିଲେ। ହଠାତ୍‌ କୌଣସି କାରଣକୁ ନେଇ ଏମ ଫର୍ମା ପଢୁଥିବା ଦାଦା ପୁଅ ଭାଇ ଆଶୁତୋଷ ପାଣିଗ୍ରାହୀ ଏକ ଛୁରିରେ ସହାୟତାରେ ପ୍ରଯକ୍ତାଙ୍କ ଉପରକୁ ଛୁରା ମାଡ଼ କରିଥିଲେ। ଅନ୍ୟ ଏକ ଦାଦା ପୁଅ ଭାଇ ଆୟୁଷ୍ମାନ ଏହାର ପ୍ରତିବାଦ କରିବାରୁ ଆଶୁତୋଷ ତାଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରିଥିଲେ। ଉଭୟ ଆହତଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସିଟି ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ପ୍ରଜକ୍ତାଙ୍କ ମୃତ୍ୟୁ ଘୋଷଣା କରିଥିଲେ। ଆୟୁଷ୍ମାନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଏମକେସିଜି ପରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲକୁ ପଠାଇ ଦିଆଯାଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri