ମହାପ୍ରଭୁଙ୍କ ପାଇଁ ତିଆରି ଚାଲିଛି ରାଖୀ

ପୁରୀ ଅଫିସ, ୧୯।୮: ଭଉଣୀ ଭାଇର ପବିତ୍ର ସମ୍ପର୍କର ପର୍ବ ହେଉଛି ରକ୍ଷାବନ୍ଧନ। ରାଖୀ ପୂର୍ଣ୍ଣିମାରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ତା’ର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶୁଭ ମନାସି ଥାଏ। ପ୍ରତିବଦଳରେ ଭାଇ ତା’ର ଭଉଣୀକୁ ଜନ୍ମ ଜନ୍ମ ପାଇଁ ସୁରକ୍ଷା ଦେବାର ସଂକଳ୍ପ ନେଇଥାଏ। ଶ୍ରାବଣ ମାସର ପୂର୍ଣ୍ଣିମା ଦିନ ଏହି ପବିତ୍ର ପର୍ବ ପାଳନ କରାଯାଏ। ଆସନ୍ତା ୨୨ତାରିଖରେ ରାଖୀପୂର୍ଣ୍ଣିମା। ଶ୍ରୀମନ୍ଦିରରେ ଏହି ପର୍ବ ପାଳନ ହେବ। ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ରକ୍ଷାବନ୍ଧନ ପର୍ବ ଅନନ୍ୟ। ଶ୍ରୀମନ୍ଦିର ରୀତିନୀତି ଅନୁଯାୟୀ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡ଼ଠାକୁର ପ୍ରଭୁ ବଳଭଦ୍ର ଭଉଣୀ ସୁଭଦ୍ରାଙ୍କ ହାତରୁ ରାଖୀ ପିନ୍ଧିବେ। ଏଥିପାଇଁ ପାଟରା ବିଶୋଇ ସେବକମାନେ ରାଖୀ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି।
ବାରମାସରେ ତେର ପର୍ବ ପାଳନ ହୋଇଥାଏ। ସେଥିମଧ୍ୟରୁ ଗହ୍ମାପୂର୍ଣ୍ଣିମା ବା ରାକ୍ଷୀ ପୂର୍ଣ୍ଣିମା ଅନ୍ୟତମ। ଏହିଦିନ ଶ୍ରୀମନ୍ଦିରରେ ବିଶେଷ ନୀତି ହୋଇଥାଏ। ବଡଠାକୁର ବଳଭଦ୍ରଙ୍କ ଜନ୍ମ ସହ ରାଖୀ ପୂର୍ଣ୍ଣିମା ନୀତି ପାଳନ କରାଯାଏ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ୨ଟି ଲେଖାଏ ରାଖୀ ଓ ୨ଟି ଲେଖାଏ ଗୁଆମାଳ ପରିଧାନ କରିଥାନ୍ତି। ପାଟରା ବିଶୋଇ ସେବକ ବାସୁଙ୍ଗା ପାଟରେ ରାଖୀ ଓ ଗୁଆମାନ ପ୍ରସ୍ତୁତ କରିଥାନ୍ତି। ପ୍ରଥମେ ବାସୁଙ୍ଗା ପାଟକୁ ୪ ପ୍ରକାର ରଙ୍ଗ ଯଥା ନାଲି, ନେଳି, ବାଇଗଣି ଓ ହଳଦିଆ ରଙ୍ଗ କରାଯାଏ। ଏହାକୁ ପାନିଆ ସାହାଯ୍ୟରେ ସୂତା ଭଳି କରାଯାଏ। ସୂତା ଓ ଛୁଞ୍ଚତ୍ ଦ୍ୱାରା ଚାରି ରଙ୍ଗର ବାସୁଙ୍ଗା ପାଟରେ ରାଖୀ ଏବଂ ଗୁଆମାଳ ପ୍ରସ୍ତୁତ କରାଯାଇଥାଏ। ଏହି ୪ଟି ରଙ୍ଗର ପାଟରେ ରାଖୀଗୁଡ଼ିକ ଚାରି ପରସ୍ତ ହୋଇ ତିଆରି ହୋଇଥାଏ। ଦୁଇ ଠାକୁର ଦୁଇ ହାତରେ ଦୁଇଟି ଲେଖାଏ ରାଖୀ ପରିଧାନ କରିଥାନ୍ତି। ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ହଳଦିଆ ଓ ନାଲି ରଙ୍ଗର ଗୁଆମାଳ ଏବଂ ବଳଭଦ୍ର ବାଇଗଣି ଓ ନୀଳ ରଙ୍ଗର ଗୁଆମାଳ ପରିଧାନ କରନ୍ତି। ୫୪ଟି ଗୁଆରେ ଗୋଟିଏ ଲେଖାଏ ମାଳ ପ୍ରସ୍ତୁତ କରାଯାଏ। ପାଟରା ବିଶୋଇ ଜଗନ୍ନାଥ ପାତ୍ର କହିଛନ୍ତି, ରାଖୀ ପୂର୍ଣ୍ଣମୀର ୧୦-୧୨ଦିନ ପୂର୍ବରୁ ମହାପ୍ରଭୁଙ୍କ ଲାଗି ରାଖୀ ପ୍ରସ୍ତୁତି ଆରମ୍ଭ ହୋଇଥାଏ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାସୁଙ୍ଗା ପାଟ ଯୋଗାଇ ଦିଆଯାଏ। ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ନିମନ୍ତେ ୪ଟି ରାଖୀ ଏବଂ ପାଶର୍‌ବ ଦେବତାଙ୍କ ପାଇଁ ୧୦ଟି ଛୋଟ ରାଖୀ ତିଆରି କରାଯାଇଥାଏ। ରାଖୀ ନିର୍ମାଣ ପାଇଁ ୧୦ରୁ ୧୨ ଦିନ ସମୟ ଲାଗେ। ଶୁଦ୍ଧପୂତ ଭାବେ ରହି ନିଷ୍ଠାର ସହ ରାଖୀ ତିଆରି କରିବାକୁ ପଡ଼େ। ରାଖୀ ପୂର୍ଣ୍ଣିମା ପୂର୍ବ ଦିନ ରାଖୀ ତିଆରି ସରିଥାଏ। ଗହ୍ମା ପୂର୍ଣ୍ଣିମା ସକାଳେ ଶ୍ରୀମନ୍ଦିରରୁ ଚର୍ଚ୍ଚା ଆସି ଡାକିଥାନ୍ତି। ଏହାପରେ ଦୁଇଟି ତାଡ଼ରେ ରାଖୀ ଓ ଗୁଆମାଳ ଶ୍ରୀମନ୍ଦିରକୁ ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri