ବିଗ୍‌ବସ୍‌ରେ ଦେଖିବାକୁ ମିଳିବ ହାଇଡ୍ରାମା ! ଶୀଘ୍ର ଏଣ୍ଟ୍ରି କରିବେ ଆଇଟମ୍‌ ଗର୍ଲ ରାକ୍ଷୀଙ୍କ ସ୍ବାମୀ

ବମ୍ବେ: ଆଇଟମ୍‌ ଗର୍ଲ ରାକ୍ଷୀ ସାଓ୍ବନ୍ତ ବିବାହ କରିଥିଲେ ହେଁ ସ୍ବାମୀଙ୍କ ମୁହଁ ଦେଖାଇବାକୁ ଅରାଜି ହେଉଛନ୍ତି। ସେ ବିବାହ ହେଉ ଅଥବା ଅନ୍ୟ କୌଣସି ସମାରୋହ, ସବୁବେଳେ ସେ ଏକା ନଜର ଆସନ୍ତି। ଏମିତିରେ ରାକ୍ଷୀ କାହା ହାତ ଧରିଲେ ତାହା ପ୍ରଶ୍ନ ହୋଇ ରହିଛି। ଏବେ କୁଆଡେ ରାକ୍ଷୀ ସ୍ବାମୀଙ୍କ ସହ ନଜର ଆସିବେ। ତାହା ପୁଣି ବିଗ୍‌ବସ୍‌ ଘରେ।

ଟେଲିପରଦାର ଲୋକପ୍ରିୟ ରିଆଲିଟି ଶୋ’ରେ ରାକ୍ଷୀଙ୍କ ଏଣ୍ଟ୍ରୀକୁ ଦର୍ଶକେ ବେଶ ପସନ୍ଦ କରୁଛନ୍ତି। ଏପରିସ୍ଥଳେ ସ୍ବାମୀ ରିତେଶଙ୍କୁ ଦେଖିବା ଲାଗି ଦର୍ଶକେ ଚାହିଁ ବସିଛନ୍ତି। ନୂଆବର୍ଷ ପ୍ରଥମ ସପ୍ତାହରେ ସେ ବିଗ୍‌ବସକୁ ଆସିପାରନ୍ତି। ନିର୍ମାତାମାନେ ତାଙ୍କ ସହ କଥା ହେଉଛନ୍ତି। ସବୁକିଛି ଠିକ୍‌ ରହିଲେ ତାହା ସମ୍ଭବ ହେବ ବୋଲି କୁହାଯାଉଛି।

ଏକ ସାକ୍ଷାତକାରରେ ରିତେଶ କହିଛନ୍ତି, ରାକ୍ଷୀଙ୍କୁ ସମର୍ଥନ କରିବାକୁ ସେ ବିଗ୍‌ବସ ଯିବାକୁ ଇଚ୍ଛୁକ। ସେ ଜଣେ ଭଲ ମଣିଷ। ଜୀବନରେ ଆଶୀର୍ବାଦ ଭଳି ସେ ଆସିଛନ୍ତି। ଏଣୁ ଶୋ’ରେ ପ୍ରତିଯୋଗୀ ଭାବେ ଯୋଗ ଦେବାକୁ ସେ ଚାହାନ୍ତି। ଏନେଇ ନିର୍ମାତାଙ୍କୁ ଜଣାଇଥିବା ବେଳେ ସେମାନେ ଏହା ଉପରେ କାମ କରୁଛନ୍ତି ବୋଲି କହିଛନ୍ତି ରିତେଶ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?