ବିଗ ବସ ଘରେ ବୟଫ୍ରେଣ୍ଡ ଆଦିଲଙ୍କ ସହ ନିକାହ କରିବାକୁ ଚାହୁଛନ୍ତି ରାକ୍ଷୀ

ମୁମ୍ବାଇ: ରିୟଲିଟି ଶୋ’ ବିଗ ବସ ସିଜନ ୧୬ ପୁଣିଥରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଗଲାଣି । ଏବେ ଦର୍ଶକଙ୍କ ଉତ୍କଣ୍ଠା ଜାଣିବାକୁ ଯେ ଏଥର ସିଜନରେ କେଉଁ ସେଲିବ୍ରିଟିମାନେ ଆସୁଛନ୍ତି । ଏଥର ଶୋ’ରେ ଏଣ୍ଟ୍ରି କରିବାକୁ ବହୁ ପୂର୍ବରୁ ରାକ୍ଷୀ ସାୱନ୍ତ ଜାଲ ବିଛାଇ ଅନାଇ ରହିଛନ୍ତି । ଲଗାତାର ଭାବେ ୩ଟି ସିଜନରେ ରାକ୍ଷୀ ନଜର ଆସିଥିବା ବେଳେ ଏଥର ସେ ତାଙ୍କ ବୟଫ୍ରେଣ୍ଡ ଆଦିଲ ଦୁରାନିଙ୍କ ସହ ଏହି ଶୋ’ରେ ଏଣ୍ଟ୍ରି କରିବେ ବୋଲି ଅପେକ୍ଷା ରଖିଛନ୍ତି । କିଛିଦିନ ହେବ ବୟଫ୍ରେଣ୍ଡ ଆଦିଲଙ୍କ ସହ ତାଙ୍କ ଆଫେୟାର୍ସକୁ ନେଇ ସେ ଅଛନ୍ତି ଚର୍ଚ୍ଚାରେ । ନିକଟରେ ସେ ତାଙ୍କର ଏକ ଇଚ୍ଛା ପ୍ରକାଶ କରିଥିଲେ । ରାକ୍ଷୀ କହିଥିଲେ କି ସେ ନ୍ୟାଶନାଲ ଟେଲିଭିଜନ ମାଧ୍ୟମରେ ଆଦିଲଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ।
ନିକଟରେ ଏକ ସାକ୍ଷାତକାରରେ ରାକ୍ଷୀ କହିଥିଲେ ମୋର ଇଚ୍ଛା ବିଗବସ ହାଉସରେ ମୁଁ ସଲମାନ ଭାଇଙ୍କ ଆଶୀର୍ବାଦ ନେଇ ବିବାହ ବା ନିକାହ କରିବାକୁ ଚାହୁଁଛି । କାରଣ ସଲମାନ ଭାଇ ମୋ ପାଇଁ ଭଗବାନ । ଆଉ ମୁଁ ଜାଣିଛି ମୋ ଖୁସି ପାଇଁ ସଲମାନ ଭାଇ କିଛି ବି କରିପାରିବେ । ରାକ୍ଷୀଙ୍କ ଏହି ସାକ୍ଷାତକାର ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?